କେନ୍ଦୁଝର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ମକର ପାଳିଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝର ଗସ୍ତରେ ଯାଇ ପାଟଣା ନିକଟ ବୈତରଣୀ ନଦୀରେ ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ l ଏହି ସମୟରେ ସାଙ୍ଗରେ ଥିଲେ ମୁଖ୍ୟମନ୍ତ୍ରୀଙ୍କ ସାଙ୍ଗ। ବୁଡ଼ ପକାଇବା ପରେ ଦ୍ୱାଦଶ ଜ୍ୟୋତିର୍ଲିଙ୍ଗଙ୍କୁ ଦର୍ଶନ କରିବା ସହ ଜଳଲାଗି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଦେଖିବା ପାଇଁ ପ୍ରବଳ ଜନ ସମାଗମ ଦେଖିବାକୁ ମିଳିଥିଲା l ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ତେବେ ବୁଡ ପକାଇବା ବେଳେ ନଦୀ କୂଳରେ ଜଗି ରହିଥିଲେ ସ୍କୁବା ଡାଇଭର ଓ ଅଗ୍ନିଶମ ବାହିନୀ କର୍ମଚାରୀ l
ପରେ ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟରେ ଯୋଗଦେବା ପରେ କେନ୍ଦୁଝର ରାଇକଳା ସ୍ଥିତ ନିଜ ବାସଭବନରେ ପହଂଚି ସ୍ଥାନୀୟ ଲୋକଙ୍କ ଅଭିଯୋଗ ଶୁଣିବା ସହ ସେମାନଙ୍କ ସୁବିଧା ଅସୁବିଧା ପଚାରି ବୁଝିଥିଲେ । ସେମାନଙ୍କ ସମସ୍ଯାର ତୁରନ୍ତ ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ l