ମାଲକାନଗିରି ( ବିପ୍ଲବୀ ପରିକ୍ରମା ):- ରୂପାନ୍ତରଣ ଅଧ୍ୟାୟରେ ମାଲକାନଗିରି । ଉଦଘାଟନ ହେଲା ବହୁପ୍ରତୀକ୍ଷିତ ମାଲକାନଗିରି ବିମାନବନ୍ଦର ।ଏହାସହ ଉପାନ୍ତ ଅଞ୍ଚଳ ଭାବେ ଜଣାଯାଉଥିବା ମାମଲକାନଗିରିକୁ ଆକାଶମାର୍ଗରେ ମିଳିଲା ନୂଆ ପରିଚୟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦରରେ ଅବତରଣ କରି ଏହାର ଲୋକାର୍ପଣ କରିଛନ୍ତି । ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଉପସ୍ଥିତ ରହିଥିଲେ । ଆକାଶ ପଥରେ ଯୋଡି ହୋଇଛି ମାଲକାନଗିରି । ବିମାନସେବାର ଲୋକାର୍ପଣ ପରେ ଫଟୋ ସୁଟ୍ କରିଥିଲେ ମୁଖ୍ୟମନ୍ତ୍ରୀ । ୨୦୧୮ ମସିହାରେ ଗୁରୁପ୍ରିୟା ସେତୁର ଲୋକାର୍ପଣ ପରେ ବିକାଶର ଗୋଟିଏ ପରେ ଗୋଟିଏ ପାହାଚ ଚଢୁଛି ସ୍ବାଭିମାନ ଅଞ୍ଚଳ । ଜିଲ୍ଲାକୁ ବିମାନସେବା ସ୍ବପ୍ନ ଭଳି ଲାଗୁଥିଲେ ବି ରାଜ୍ୟ ସରକାରଙ୍କ ଉଦ୍ୟମରେ ଆକାଶରେ ଉଡ଼ାଣ ଆଶା ପୂରଣ ହୋଇଛି ।ପ୍ରାୟ ୨୩୩ ଏକର ଅଞ୍ଚଳରେ ନିର୍ମିତ ବିମାନ ବନ୍ଦରରେ ୧୬୨୦ ମିଟର ଇନଟୁ ୩୦ ମିଟର ରନଓ୍ବେ ନିର୍ମାଣ ହୋଇଛି । ୭୦ କୋଟି ଟଙ୍କା ବ୍ୟୟରେ ଏହି ବିମାନ ବନ୍ଦରର ଉନ୍ନତିକରଣ ହୋଇଛି । ଏଠାରେ ମଧ୍ୟମ ବର୍ଗର ଉଡାଜାହାଜ ଅବତରଣ କରିପାରିବା ସୁବିଧା ରହିଛି ।
ବିମାନ ବନ୍ଦରର ସମସ୍ତ ନିର୍ମାଣ ଖର୍ଚ୍ଚ ରାଜ୍ୟ ସରକାର ବହନ କରିଛନ୍ତି । ଭୁବନେଶ୍ୱର, ଝାରସୁଗୁଡ଼ା, ଜୟପୁର, ଉତ୍କେଲା, ରାଉରକେଲା ଓ ରଙ୍ଗେଇଲୁଣ୍ଡା ପରେ ଆକାଶ ପଥରେ ଯୋଡି ହୋଇଛି ମାଲକାନଗିରି । ବିମାନ ସେବା ଆରମ୍ଭ ହେଲେ ଜିଲ୍ଲାରେ ସାମାଜିକ ଓ ଆର୍ଥିକ ବିକାଶ ତ୍ୱରାନ୍ୱିତ ହେବ । ପୁଞ୍ଜିନିବେଶ ସୁଯୋଗ ସୃଷ୍ଟି ହେବା ସହ ଲୋକଙ୍କୁ କର୍ମନିଯୁକ୍ତି ମିଳିବ ।ମାତ୍ର ୧୪ ମାସରେ ଏହି ବିମାନବନ୍ଦରକୁ ନିର୍ମାଣ କରାଯାଇଛି । ଏଥିପାଇଁ ଅନେକ ସରକାରୀ ଜମି ନିଆଯାଇଥିବାବେଳେ ଅନେକ ପରିବାରକୁ ସ୍ଥାନାନ୍ତର ମଧ୍ୟ କରାଯାଇଛି । ହେଲେ ବିସ୍ଥାପିତଙ୍କମାନଙ୍କ ପାଇଁ ପକ୍କା ଘର, ପକ୍କା ରାସ୍ତାର ବ୍ୟବସ୍ଥା କରାଯାଇଥିବାବେଳେ ସେମାନଙ୍କ ବିଭିନ୍ନ ସରକାରୀ ଯୋଜନାରେ ସାମିଲ କରାଯାଇଛି ।