ବିପ୍ଲବୀ ପରିକ୍ରମା ଡିଜିଟାଲ :- ମେ’ ମାସ ଦ୍ଵିତୀୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ଏନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । ଚଳିତ ବର୍ଷ ରାଜ୍ୟରେ ମାଟ୍ରିକ ପରୀକ୍ଷା ଦେଇଛନ୍ତି ୫ ଲକ୍ଷ ୨୨ ହଜାର ପରୀକ୍ଷାର୍ଥୀ । 45ଟି ମୂଲ୍ୟାୟନ କେନ୍ଦ୍ରରେ ସବଜେକ୍ଟିଭ୍ ପରୀକ୍ଷାର ଖାତା ଦେଖା କାର୍ଯ୍ୟ କରାଯାଇଥିବା ବେଳେ ୧୨ ହଜାର ୮୦୦ ହାଇସ୍କୁଲ୍ ଶିକ୍ଷକ ଶିକ୍ଷୟିତ୍ରୀ ମୂଲ୍ୟାୟନରେ ନିୟୋଜିତ ହୋଇଥିଲେ ।
ଚଳିତବର୍ଷ ୫ ଲକ୍ଷ ୨୨ ହଜାର ପରୀକ୍ଷାର୍ଥୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ତେବେ ସାମାଜିକ ବିଜ୍ଞାନ ପରୀକ୍ଷାର ପ୍ରଶ୍ନପତ୍ରରେ ଯେଉଁ ତ୍ରୁଟି ରହିଥିଲା ସେଥିପାଇଁ ବୋର୍ଡ ପଦକ୍ଷେପ ନେଇଥିବା ଉପସଭାପତି କହିଛନ୍ତି । କିନ୍ତୁ କେଉଁ ପ୍ରକାର ପଦକ୍ଷେପ ନିଆଯାଇଛି ସେନେଇ ଏହାକୁ ସାର୍ବଜନୀନ କରାଯିବ ନାହିଁ । ବରଂ ଫଳ ପ୍ରକାଶ ପରେ ଏନେଇ ସୂଚନା ଦିଆଯିବ ବୋଲି ଉପସଭାପତି କହିଛନ୍ତି । ତେବେ ଆସନ୍ତା ମେ’ ପ୍ରଥମ ସପ୍ତାହରେ ପରୀକ୍ଷାଫଳ ପ୍ରକାଶ ପାଇଁ ବୋର୍ଡ ଯୋଜନା ରଖିଛି । ମାଟ୍ରିକ୍ ପରୀକ୍ଷାର୍ଥୀମାନେ ୬ଟି ବିଷୟରେ ୬୦୦ ନମ୍ବରରେ ପରୀକ୍ଷା ଦେଇଥିଲେ । ଏଥି ମଧ୍ୟରୁ ୫୦ ନମ୍ବର ସବଜେକ୍ଟିଭ୍ ଓ ୫୦ ନମ୍ବର ଅବଜେକ୍ଟିଭ୍ ପ୍ରଶ୍ନରେ ପରୀକ୍ଷା ଦେଇଥିଲେ । ମାଟ୍ରିକ୍ ସହ ଷ୍ଟେଟ୍ ଓପନ ସ୍କୁଲ୍ ସାର୍ଟିଫିକେଟ୍ ବା ଏସ୍ଓଏସସି ପରୀକ୍ଷାର ମୂଲ୍ୟାୟନ ମଧ୍ୟ ଏକା ସହିତ କରାଯିବ ।
ତେବେ ମୂଲ୍ୟାୟନ ବ୍ୟବସ୍ଥାରେ ସ୍ବଚ୍ଛତା ବଜାୟ ରଖିବା ଓ ତ୍ରୁଟିଶୂନ୍ୟ କରିବା ଲାଗି ବୋର୍ଡ କର୍ତ୍ତୃପକ୍ଷ ବ୍ୟାପକ ବ୍ୟବସ୍ଥା କରିଥିଲେ । ଖାତା ଦେଖା କାର୍ଯ୍ୟ ସକାଳ ୯ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିଥିଲା । ପ୍ରାୟ ୧୨ ଦିନ ବ୍ୟାପୀ ମୂଲ୍ୟାୟନ ପାଇଁ ଯୋଜନା କରାଯାଇଥିବା ବେଳେ ଏହା ୧୮ ଦିନ ଲାଗିଥିଲା।