ପ୍ରବଳ ବର୍ଷା ପାଇଁ ବନ୍ଦ ରହିବ ମୟୁରଭଞ୍ଜ 

0

ମୟୁରଭଞ୍ଜ ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ଆଜି ପାଇଁ ମୟୁରଭଞ୍ଜ ଜିଲ୍ଲାରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ । ଏନେଇ ରବିବାର ଜିଲ୍ଲାପାଳ ହେମକାନ୍ତ ସୟ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ ଜାରି କରାଯାଇଥିବାରୁ ତିନିଦିନ ପାଇଁ ଅଙ୍ଗନବାଡି ଓ ଦିନକ ପାଇଁ ସ୍କୁଲ ବନ୍ଦ ରହିବ ବୋଲି ଜଣାପଡିଛି । ଜିଲ୍ଲାର ଅଙ୍ଗନବାଡି କେନ୍ଦ୍ର ସୋମବାର,ମଙ୍ଗଳବାର ଓ ବୁଧବାର ୩ ଦିନ ବନ୍ଦ ରହିବାକୁ ଥିବାବେଳେ ପ୍ରଥମରୁ ଦଶମ ଶ୍ରେଣୀ ଯାଏ କେବଳ ସୋମବାର ପାଇଁ ବନ୍ଦ ରହିବ ବୋଲି ଜଣାପଡିଛି।

LEAVE A REPLY

Please enter your comment!
Please enter your name here