୪୨ ଡିଗ୍ରୀ ଛୁଇଁଲା ପାରଦ:ତାତିରୁ ମିଳୁନି ନିସ୍ତାର

0

ଭୁବନେଶ୍ୱର ( ବିପ୍ଲବୀ ପରିକ୍ରମା ):- ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଗୁରୁବାର ଆଞ୍ଚଳିକ ପାଣିପାଗ ବିଭାଗ ସତର୍କତା ଜାରି କରିଥିବା ବେଳେ ରାଜ୍ୟରେ ୪୨ ଡିଗ୍ରୀ ଛୁଇଁଛି ପାରଦ। ବୌଦ୍ଧ ଓ ମାଲକାନଗିରି ସହରରେ ଚଳିତ ବର୍ଷର ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି ରାଜ୍ୟର ୧୧ଟି ସହରର ପାରଦ ୪୦ ଡିଗ୍ରୀ ଅତିକ୍ରମ କରିଛି। ବଲାଙ୍ଗୀର ଓ ଅନୁଗୁଳରେ ୪୧.୭ ଡିଗ୍ରୀ, ଝାରସୁଗୁଡ଼ାରେ ୪୧.୬, ଟିଟିଲାଗଡ଼ ଓ ଭବାନୀପାଟଣା ରେ ୪୧, ନୂଆପଡ଼ାରେ ୪୦.୪, ରାଉରକେଲାରେ ୪୦.୨ ଓ ସୁନ୍ଦରଗଡ଼ରେ ୪୦.୧ ଡିଗ୍ରି ରେକର୍ଡ କରାଯାଇଥିବା ବେଳେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ଦିନ ତାପମାତ୍ରା ୨ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ଏହି ସମୟରେ ଉପକୂଳ ଓଡ଼ିଶାରେ ସର୍ବୋଚ୍ଚ ତାପମାତ୍ରା ୩୬ରୁ ୩୮ ଡିଗ୍ରି ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ୩୯ରୁ ୪୧ ଡିଗ୍ରି ମଧ୍ୟରେ ଏବଂ ରାତି ତାପମାତ୍ରା ସ୍ବାଭାବିକଠାରୁ ୨ରୁ ୫ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଉପକୂଳ ଓଡ଼ିଶାରେ ପିକ୍ ଆୱାର ସମୟରେ(ପୂର୍ବାହ୍ନ ୧୧ଟାରୁ ଅପରାହ୍ଣ ୩ଟା) ଆର୍ଦ୍ରତା ୫୦ରୁ ୭୦% ରହିବା ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ୩୦ରୁ ୫୦% ରହିବା ନେଇ ଆକଳନ କରାଯାଇଛି।

ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସଙ୍କ କହିବା ଅନୁସାରେ, ବାୟୁମଣ୍ଡଳରେ ତାପମାନ ଓ ଜଳୀୟବାଷ୍ପ ରହୁଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ଥିବା ବେଳେ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଦିନସାରା ୬୦%ରୁ ଅଧିକ ଆର୍ଦ୍ରତା ରହୁଥିବାରୁ ଗୁଳୁଗୁଳି ଅନୁଭୂତ ହେବ ୬ ତାରିଖ ପର୍ଯ୍ୟନ୍ତ ଲାଗିରହିବ। ତେବେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରୁ ରକ୍ଷା ପାଇବା ପାଇଁ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।o

ସେହିପରି ପିକ୍ ଆୱାର(ପୂର୍ବାହ୍ନ ୧୧ଟାରୁ ଅପରାହ୍ଣ ୩ଟା)ରେ ନିର୍ବାଚନ ସମ୍ପର୍କିତ ଶୋଭାଯାତ୍ରା, ସଭାରେ ଯୋଗଦେବା ଇତ୍ୟାଦି ଠାରୁ ଦୂରେଇ ରହିବ, ଦୀର୍ଘ ସମୟ ପର୍ଯ୍ୟନ୍ତ ବାହାରେ ନ ରହିବା, ହାଲୁକା ପୋଷାକ ପରିଧାନ କରିବା, ପିକ୍ ସମୟରେ ବାହାରକୁ ଯିବା ସମୟରେ ଓଦା କପଡ଼ା, ଟୋପି, ଛତା ମାଧ୍ୟମରେ ମୁଣ୍ଡକୁ ଘୋଡ଼ାଇବା, ପର୍ଯ୍ୟାପ୍ତ ପରିମାଣର ପାଣି ସମେତ ଓଆରଏସ୍, ଲେମ୍ବୁ ପାଣି ଆଦି ପିଇବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

LEAVE A REPLY

Please enter your comment!
Please enter your name here