ଗୋପାଳପୁର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ଗୋପାଳପୁର ରେ ହୋଇଥିବା ଲଜ୍ଜା ଜନକ ଘଟଣା ଏବେ ନେଇଛି ନୂଆମୋଡ।ଏହି ଘଟଣାକୁ ଏବେ କ୍ରାଇମବ୍ରାଞ୍ଚ ତଦନ୍ତ କରିବ ବୋଲି ରାଜ୍ୟ ସରକାର ନିଷ୍ପତି ନେଇଛନ୍ତି। ସୂଚନା ପ୍ରକାରେ ଗୋପାଳପୁର ସମୁଦ୍ର ବେଳାଭୂମିରେ ଯୁବତୀଙ୍କୁ ହୋଇଥିବା ଘଟଣା ସମ୍ପର୍କରେ ବୁଝିବାକୁ ଆସି ବୁଲି ଦେଖିଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ମନ୍ତ୍ରୀଙ୍କ ସହିତ ବ୍ରହ୍ମପୁର ଏସପି ଡ଼ା ସ୍ରବଣା ବିବେକ ଏମ ଓ ବ୍ରହ୍ମପୁର ଉପ ଜିଲ୍ଲାପାଳ ଦୀନା ଦସ୍ତାଗୀର, କନିଷି ତହସିଲଦାରଙ୍କ ସମେତ କିଛି ଜିଲ୍ଲା ପ୍ରଶାସନର ଅଧିକାରୀ ମାନେ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିଲେ । ପ୍ରେମୀ ଯୁଗଳ କେଉଁଠି ବସିଥିଲେ ଓ କେଉସ୍ଥାନରେ ଯୁବତୀଙ୍କ ସହ ଖରାପ
ସମ୍ପର୍କ ରଖିଥିଲେ ସେ ନେଇ ବ୍ରହ୍ମପୁର ଏସପି ମନ୍ତ୍ରୀଙ୍କୁ ସେହି ସ୍ଥାନ ଦେଖାଇଥିଲେ । ତେବେ ପାନ୍ଥନିବାସ ପଛପଟ ସମୁଦ୍ର ବେଳାଭୂମିରେ ଗତ କିଛି ବର୍ଷ ପୂର୍ବରୁ ବ୍ଲୁ ଫ୍ଲାଗ ବିଚ ସହ ବିଚ୍ ସେକ କରିବା ନେଇ ପର୍ଯ୍ୟଟନ ବିଭାଗ ଓ ପୂର୍ବ ସରକାର ଯୋଜନା କରିଥିଲେ । ସେହି କ୍ରମରେ ସମୁଦ୍ର ବେଳାଭୂମିରେ ଚାରୋଟି କ୍ୟାବିନ କରାଯାଇଛି ।। ସେହିପରି ସମୁଦ୍ର ବେଳାଭୂମିରେ ଆଲୋକିକରଣ କରାଯିବା ସହିତ ପେଟ୍ରୋଲିଂକୁ ମଧ୍ୟ କଡ଼ାକଡ଼ି କରାଯିବ । ଏଭଳି ସମୁଦ୍ର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ କରିବା ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ । ଘଟଣାକୁ ଗୁରୁତର ସହ ନେଇଛନ୍ତି ରାଜ୍ୟ ସରକାର । ତେଣୁ ଘଟଣାକୁ ରେଡ୍ ଫ୍ଲାଗ ଭାବେ ବିବେଚିତ କରିବା ସହ ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ଦେଇଛନ୍ତି । କ୍ରାଇମବ୍ରାଞ୍ଚର ଜଣେ ଆଇଜି ଘଟଣାର ଦାୟିତ୍ଵ ନେଇ ତଦନ୍ତ କରୁଥିବା ବେଳେ ପୋଲିସ ମଧ୍ୟ ୨୪ ଘଣ୍ଟା ମଧ୍ୟରେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି । ତେଣୁ ଏଭଳି ଘଟଣା ସମୁଦ୍ର ବେଳାଭୂମିରେ ପୁନର୍ବାର ନ ହୁଏ ତାହାକୁ ଗୁରୁତ୍ବ ଦେଇ ରାଜ୍ୟ ସରକାର, ଜିଲ୍ଲା ପ୍ରଶାସନ ଓ ପୋଲିସ ସମସ୍ତ ପ୍ରକାରର ପଦକ୍ଷେପ ନେବେ ବୋଲି କହିଛନ୍ତି ପରିବହନ ମନ୍ତ୍ରୀ ।