ଭୁବନେଶ୍ୱର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ଲଗାତାର କିଛି ଦିନ ଧରି ରାଜଧାନୀରେ ଏକପ୍ରକାର ଆତଙ୍କ ରଚୁଛି ‘ମୋ ବସ୍’। ସ୍ପିଡ୍ ଉପରେ ନାହିଁ ନିୟନ୍ତ୍ରଣ। କେତେବେଳେ କାର୍କୁ ଧକ୍କା ଦେଉଛି ତ ଆଉ କେତେବେଳେ କାହା ଉପରେ ମାଡି ଯାଉଛି। ମଙ୍ଗଳବାର ସକାଳୁ ସକାଳୁ ପୁଣି ଗୋଟିଏ ମୁଣ୍ଡ ନେଇଛି। ବସ୍ ଧକ୍କାରେ ୧୨ ବର୍ଷୀୟ ଝିଅର ମୃତ୍ୟୁ ହୋଇଛି । ନନ୍ଦନକାନନ ଥାନା ରଘୁନାଥପୁରରେ ନାବାଳିକା ଉପରେ ‘ମୋ ବସ୍’ମାଡ଼ି ଯାଇଛି। ଘଟଣାସ୍ଥଳରେ ଝିଅଟିର ମୃତ୍ୟୁ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି l
ମୋ ବସ ଦୁର୍ଘଟଣା ପରେ ତାତିଥିଲେ ସ୍ଥାନୀୟ ଲୋକେ । ରାସ୍ତାରେ ବାଉଁଶ ପକାଇ ନନ୍ଦନକାନନ-ପଟିଆ ରାସ୍ତା ଅବରୋଧ କରିଥିଲେ । ଟାୟାର ଜାଳିଥିଲେ । ମୋ ବସକୁ ବି ଅଟକାଇଥିଲେ । ଫଳରେ ଦୀର୍ଘସମୟ ଧରି ଗାଡି ଚଳାଚଳ ଠପ ହୋଇଯାଇଥିଲା । ଘଟଣାକୁ ସ୍ଥଳରେ କ୍ରୁଟ ଅଧିକାରୀ ଓ ପୁଲିସ ପ୍ରଶାସନ ପଂହଚି ସମସ୍ୟାର ସମାଧାନ ପାଇଁ ଉଦ୍ୟମ କରିଥିଲେ । ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ମିଳିବାକୁ ପ୍ରତିଶ୍ରୃତି ମିଳିବା ପରେ ରାସ୍ତାରୋକ ହଟିଥିଲା ।
ସୂଚନା ପ୍ରକାରେ ଝିଅଟି ସାଇକେଲରେ ଯାଉଥିବା ବେଳେ ତାକୁ ‘ମୋ ବସ୍’ଧକ୍କା ଦେଇଥିଲା । ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ ଝିଅଟି ସାଇକେଲ୍ରେ ଯାଉଥିଲା। ଏହି ସମୟରେ ଦ୍ରୁତ ଗତିରେ ଆସୁଥିବା ‘ମୋ ବସ୍’ତାକୁ ଧକ୍କା ଦେଇଥିଲା। ଡ୍ରାଇଭରଙ୍କ ବେପରୁଆ ଗାଡ଼ି ଚାଳନା ପାଇଁ ଅନେକ ଜୀବନ ଗଲାଣି। ଦୁର୍ଘଟଣା ପରେ ସ୍ଥାନାୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ସ୍ଥାନୀୟ ଲୋକେ ୩ଟି ମୋ ବସ୍ କୁ ଅଟକ ରଖିଛନ୍ତି । ଏହାସହ ରାସ୍ତାରେ ବାଉଁଶ ପକାଇ ନନ୍ଦନକାନନ ପଟିଆ ରାସ୍ତା ଅବରୋଧ କରାଯାଇଛି । ଗାଡ଼ିର ବେଗ ୪୦ କିଲୋମିଟର ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ବେପରୁଆ ଗାଡ଼ି ଚାଳନା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ ବି କହିଥିଲେ। ହେଲେ ଏହାକୁ ଫୁ କରି ଉଡାଇ ଦେଉଛନ୍ତି ଡ୍ରାଇଭର। ଆଖି ଦୃଶିଆ କାର୍ଯ୍ୟାନୁଷ୍ଠାନ ନ ହେବାରୁ ଦୁର୍ଘଟଣା ବଢିବାରେ ଲାଗିଛି।