ଓଡ଼ିଶାରେ ମୋଦୀ : ଆଜି ଉଦ୍‌ଘାଟନ କରିବେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ  

0

ଭୁବନେଶ୍ୱର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦୀ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଏକ ସ୍ବତନ୍ତ୍ର ବିମାନରେ ବୁଧବାର ରାତିରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଏଠାରେ ପହଞ୍ଚିଲା ପରେ ରାଜ୍ୟ ସରକାରଙ୍କ ତରଫରୁ ତାଙ୍କୁ ବିମାନବନ୍ଦରରେ ସ୍ବାଗତ ଓ ସମ୍ବର୍ଦ୍ଧନା ଦିଆଯାଇଛି। ପ୍ରଧାନମନ୍ତ୍ରୀଙ୍କ ସ୍ୱାଗତ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ମେୟର ସୁଲୋଚନା ଦାସ ପ୍ରମୁଖ ବିମାନବିନ୍ଦରରେ ପହଞ୍ଚିଛନ୍ତି । ମୋଦିଙ୍କ ସ୍ବାଗତ ପାଇଁ ଓଡ଼ିଶାର କଳାକାରମାନେ ସେମାନଙ୍କର ପ୍ରଦର୍ଶନ କରିଛନ୍ତି। ବିମାନବନ୍ଦର ସମ୍ମୁଖ, କ୍ୟାପିଟାଲ ହସ୍‌ପିଟାଲ ସାମ୍ନା, ଏଜି ଛକ ଓ ରାଜଭବନ ଆଗରେ ଓଡ଼ିଶାର ସାଂସ୍କୃତିକ ତଥା ପାରଂପରିକ ଆଦିବାସୀ, ସମ୍ବଲପୁରୀ ନୃତ୍ୟ ଓ ବାଦ୍ୟ ସହିତ କଳାକାରମାନେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ବାଗତ କରିଥିଲେ। ସେହିପରି ବିମାନବନ୍ଦର ଠାରୁ ରାଜଭବନ ପର୍ଯ୍ୟନ୍ତ ମୋଦୀଙ୍କ ରାସ୍ତାରେ ସମର୍ଥକଙ୍କର ଭିଡ଼ ଦେଖିବାକୁ ମିଳିଥିଲା। ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟ ନିଜର ସମର୍ଥକମାନଙ୍କୁ ନିରାଶ କରି ନଥିଲେ।କାର୍‌କେଡ୍‌ରେ ଥାଇ ସେ ସମର୍ଥକଙ୍କୁ ହାତ ହଲାଇ ଅଭିବାଦନ ଜଣାଇଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ବିମାନବନ୍ଦରରୁ ସିଧାସଳଖ ରାଜଭବନରେ ପହଞ୍ଚିଛନ୍ତି। ଆଜି ପୂର୍ବାହ୍‌ଣରେ ରାଜଭବନରୁ ବାହାରି ଜନତା ମଇଦାନରେ ପହଞ୍ଚିବେ।

ପ୍ରଧାନମନ୍ତ୍ରୀ ମୋଦୀ ଆଜି ସ୍ଥାନୀୟ ଜନତା ମଇଦାନ୍‌ରେ ଆରମ୍ଭ ହୋଇଥିବା ‘ପ୍ରବାସୀ ଭାରତୀୟ ଦିବସ’ ସମ୍ମେଳନକୁ ଉଦ୍‌ଘାଟନ କରିବା ସହ ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧନ କରିବେ। ଏହାପରେ ୪ଟି ପ୍ରଦର୍ଶନୀକୁ ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ କରିବେ। ସେଗୁଡ଼ିକ ହେଲା ବିଶ୍ବରୂପ ରାମ: ଦ ୟୁନିଭର୍ସାଲ ଲିଗାସି ଅଫ୍ ରାମାୟଣ, ବୈଷୟିକ ଜ୍ଞାନ ପାଇଁ ପ୍ରବାସୀଙ୍କ ଅବଦାନ, ଭାରତ ଭାରତୀୟ: ସ୍ବଦେଶ ପ୍ରଦେଶ, ଓଡ଼ିଶାର ଐତିହ୍ୟ ଓ ସଂସ୍କୃତି ସମ୍ବନ୍ଧୀୟ ପ୍ରଦର୍ଶନୀ। ଏହା ସହ ‘ପ୍ରବାସୀ ଭାରତୀୟ ଏକ୍ସପ୍ରେସ’ର ଉଦ୍‌ଘାଟନ କରାଯିବ।

LEAVE A REPLY

Please enter your comment!
Please enter your name here