ନୂଆଦିଲ୍ଲୀ ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏହି ଭେଟଘାଟ ହୋଇଛି । ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଥିବା ଚର୍ଚ୍ଚା ହେଉଛି। ଜାନୁଆରୀରେ ପ୍ରଧାନମନ୍ତ୍ରୀ ଦୁଇ ଦୁଇ ଥର ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ଏହା ପୂର୍ବରୁ ଏହି ସାକ୍ଷାତ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି । ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଭେଟଘାଟ ସମୟର ଫଟୋ ସୋସିଆଲ ମିଡିଆରେ ପିଏମଓ ପକ୍ଷରୁ ପୋଷ୍ଟ କରାଯାଇଛି। ୫ ଦିନିଆ ରାଜସ୍ଥାନ-ଦିଲ୍ଲୀ ଗସ୍ତରେ ଯାଇଥିଲେ ମୋହନ ମାଝୀ। ଓଡ଼ିଶାର ଅନେକ ଗୁରୁତ୍ୱ ପ୍ରସଙ୍ଗ କେନ୍ଦ୍ର ସରକାରଙ୍କ ପାଖରେ ଉତ୍ଥାପନ କରିଛନ୍ତି।