ମମତାଙ୍କୁ ମୋହନଙ୍କ ଚିଠି : ଦୀଘା ଜଗନ୍ନାଥ ମନ୍ଦିରକୁ ଧାମ ନ କୁହାଯାଉ

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି। ଶ୍ରୀ ମାଝୀ ଚିଠି ଲେଖବାର କାରଣ ହେଲା ପଶ୍ଚିମବଙ୍ଗର ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦ। ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଦୀଘା ଜଗନ୍ନାଥ ମନ୍ଦିରକୁ ‘ଧାମ’ କୁହାନଯାଉ। ପଶ୍ଚିମବଙ୍ଗ ସରକାର ‘ଧାମ’ ଶଦ୍ଦ ବ୍ୟବହାରରୁ ଦୂରରେ ରୁହନ୍ତୁ। ଆନ୍ତଃରାଜ୍ୟ ସମ୍ମାନ ଓ ସାଂସ୍କୃତିକ ସମ୍ବେଦନଶୀଳତାକୁ ବଜାୟ ରଖନ୍ତୁ। ପୁରୀ ଜଗନ୍ନାଥଧାମର ସ୍ଥାନ ସ୍ବତନ୍ତ୍ର ଓ ପବିତ୍ର। ଅନ୍ୟ କେଣସି ସ୍ଥାନରେ ‘ଜଗନ୍ନାଥ ଧାମ ବ୍ୟବହାର ଶ୍ରଦ୍ଧାଳୁଙ୍କୁ ଆଘାତ ଦେଉଛି। କୋଟିକୋଟି ଭକ୍ତ, ତୀର୍ଥଯାତ୍ରୀଙ୍କ ଭାବାବେଗକୁ ଏହା କୁଠାରଘାତ କରୁଛି। ଦୀଘା ଜଗନ୍ନାଥ ମନ୍ଦିରକୁ ଧାମ କୁହାଯିବା ଏବଂ ପ୍ରଚାରରେ ବ୍ୟବହାର ଦ୍ବନ୍ଦ୍ବ ସୃଷ୍ଟି କରୁଛି।

 

ସେହିପରି ପଶ୍ଚିମବଙ୍ଗ ପୂର୍ବ ମେଦିନୀପୁରର ଦୀଘାଠାରେ ନବନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିର ଓ ‘ଜଗନ୍ନାଥ ଧାମ’ ନାମକରଣ ପ୍ରସଙ୍ଗରେ ସୋମବାର ବଡ଼ ମନ୍ତବ୍ୟ ଦେଇଛନ୍ତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଗଜପତି ମହାରାଜା କହିଛନ୍ତି, ପୁରୀ କେବଳ ‘ଜଗନ୍ନାଥ ଧାମ’। ଅନ୍ୟ କୌଣସି ସ୍ଥାନକୁ ‘ଜଗନ୍ନାଥ ଧାମ’ କୁହାଯାଇପାରିବ ନାହିଁ। ଏହା ଶାସ୍ତ୍ରସମ୍ମତ ମତ ଓ ଶ୍ରୀମନ୍ଦିର ମୁକ୍ତିମଣ୍ଡପ ପଣ୍ଡିତସଭା ବି ସ୍ପଷ୍ଟ କରିଛି। ଏଣୁ ଦୀଘା ଶ୍ରୀଜଗନ୍ନାଥ ମନ୍ଦିରର ଉଦ୍ୟୋକ୍ତା, ଟ୍ରଷ୍ଟି ଏବଂ ପୃଷ୍ଠପୋଷକମାନେ ଦୀଘା ଜଗନ୍ନାଥ ମନ୍ଦିରକୁ ‘ଜଗନ୍ନାଥ ଧାମ’ କିମ୍ବା ‘ଜଗନ୍ନାଥ ଧାମ ସାଂସ୍କୃତିକ କେନ୍ଦ୍ର’ ଭାବେ ନାମିତ କରିବାରୁ ନିବୃତ୍ତ ରହିବାକୁ ଗଜପତି ନିବେଦନ କରିଛନ୍ତି।

LEAVE A REPLY

Please enter your comment!
Please enter your name here