ଆଣ୍ଡାମାନ ଛୁଇଁପାରେ ମୌସୁମୀ

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ଛୁଇଁବ। ଆଣ୍ଡାମାନ ସାଗର ସମେତ ଦକ୍ଷିଣ ବଙ୍ଗୋପସାଗର ଓ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଣିପାଗ ସମ୍ପୂର୍ଣ ଅନୁକୂଳ ରହିଥିବା ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଣ୍ଡାମାନ ଛୁଇଁବାର ଦୁଇ ସପ୍ତାହ ମଧ୍ୟରେ ମୌସୁମୀ କେରଳରେ ପହଞ୍ଚିପାରେ। ଯଦି ସବୁ କିଛି ଠିକ୍‌ ଚାଲେ ତେବେ ଜୁନ୍‌ ଦ୍ବିତୀୟ ସପ୍ତାହରେ ଦକ୍ଷିଣ ପଶ୍ଚିମ ମୌସୁମୀ ଓଡ଼ିଶା ସ୍ପର୍ଶ କରିବ ବୋଲି ପାଣିପାଗ ବିଜ୍ଞାନୀମାନେ ଆକଳନ କରିଛନ୍ତି।ଅନ୍ୟପକ୍ଷରେ ଏବେ ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ କାଳବୈଶାଖୀ ସତ୍ତ୍ବେ ୧୬ଟି ସହରର ତାପମାତ୍ରା ଆଜି ୪୦ ଡିଗ୍ରି ଅତିକ୍ରମ କରିଛି। ସମ୍ବଲପୁରରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୨.୯ ଡିଗ୍ରି ରେକର୍ଡ ହୋଇଥିବା ବେଳେ ହୀରାକୁଦରେ ୪୨.୪, ଝାରସୁଗୁଡ଼ାରେ ୪୨.୨, ବଲାଙ୍ଗୀରରେ ୪୨.୧, ଟିଟିଲାଗଡ଼ ଓ ବୌଦ୍ଧରେ ୪୨, ଅନୁଗୁଳରେ ୪୧.୯, ଭବାନୀପାଟଣାରେ ୪୧.୬, ସୁନ୍ଦରଗଡ଼ ଓ ‌ସୋନପୁରରେ ୪୧.୫, ପାରଳାଖେମୁଣ୍ଡି ଓ ବରଗଡ଼ରେ ୪୧.୨, ନୂଆପଡ଼ାରେ ୪୧, ରାଉରକେଲାରେ ୪୦.୬, ଭୁବନେଶ୍ବରରେ ୪୦.୪, ଢେଙ୍କାନାଳରେ ୪୦.୩, କଟକରେ ୪୦ ଡିଗ୍ରି ରହିଥିଲା

LEAVE A REPLY

Please enter your comment!
Please enter your name here