ବଦଳିବା ଦରକାର କି ରେଭେନ୍ସା ୟୁନିଭର୍ସିଟି ନାଁ

0

କଟକ ( ବିପ୍ଲବୀ ପରିକ୍ରମା ):- ବଦଳିବା ଦରକାର କି ରେଭେନ୍ସା ବିଶ୍ବବିଦ୍ୟାଳୟର ନାଁ ? ଓଡ଼ିଆ ଅସ୍ମିତାକୁ ଆହତ କରୁଛି କି ବ୍ରିଟିଶ ଅଧିକାରୀଙ୍କ ନାଁ ? କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ମତକୁ ନେଇ ତେଜିଲା ବିବାଦ । ରେଭେନ୍ସା। ଓଡ଼ିଶାରେ ଉଚ୍ଚଶିକ୍ଷାର ଅନ୍ତୁଡ଼ିଶାଳ । ୧୮୬୮ରେ କଟକରେ ସ୍ଥାପିତ ରେଭେନ୍ସା କଲେଜ ନାମିତ ହୋଇଥିଲା ତତ୍କାଳୀନ ବ୍ରିଟିଶ କମିଶନର ଥୋମାସ୍ ଏଡୱାର୍ଡ ରେଭେନ୍ସାଙ୍କ ନାଁ ଅନୁସାରେ । ଇଏ ସେଇ ଟି.ଇ. ରେଭେନ୍ସା, ଯାହାଙ୍କ ସମୟରେ ୧୮୬୬ରେ ଓଡ଼ିଶାରେ ପଡ଼ିଥିଲା କୁଖ୍ୟାତ ୯ ଅଙ୍କ ଦୁର୍ଭିକ୍ଷ ।ତେବେ ଯେଉଁମାନେ ଓଡ଼ିଆଙ୍କୁ କଷ୍ଟ ଦେବାରେ ସହାୟକ ହେଲେ, ସେମାନଙ୍କ ନାଁରେ ଅଗ୍ରଣୀ ଶିକ୍ଷାନୁଷ୍ଠାନକୁ ନାମିତ କରିବା ଗୌରବର ବିଷୟ କି ବୋଲି ପଚାରିଛନ୍ତି ଧର୍ମେନ୍ଦ୍ର । ରେଭେନ୍ସା ବିଶ୍ବବିଦ୍ୟାଳୟ ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି । ଯେଉଁ ରେଭେନ୍ସାଙ୍କ ନାଁରେ ଏହା ହୋଇଛି, ତାଙ୍କ ଭୂମିକା କ’ଣ ଥିଲା । ନଅଙ୍କ ଦୁର୍ଭିକ୍ଷ ହୋଇଥିଲା କାହିଁକି, ସେତେବେଳେ ସେହି ସମୟର ଅଧିକାରୀମାନେ କରୁଥିଲେ କ’ଣ ବୋଲି ସେ ପ୍ରଶ୍ନ ଉଠାଇଛନ୍ତି । କହିଛନ୍ତି, ଏହା ତାଙ୍କ ବ୍ୟକ୍ତିଗତ ମତ, ଏହା ଉପରେ ବିତର୍କର ଆବଶ୍ୟକତା ରହିଛି ।ଅନ୍ୟପକ୍ଷରେ ରେଭେନ୍ସା ନାମ ପରିବର୍ତ୍ତନ ମତକୁ ବିରୋଧ କରିଛନ୍ତି, ତାହାର ପ୍ରାକ୍ତନ ଛାତ୍ର, ପୂର୍ବ ପ୍ରଧ୍ୟାପକ ଏବଂ ଶିକ୍ଷାବିତ୍ । କହିଛନ୍ତି, ରେଭେନ୍ସା କେବଳ ଗୋଟିଏ ନାଁ ନୁହେଁ। ଏହା ଗୋଟିଏ ଐତିହ୍ୟ… ପରଂପରା… ଜୀବନର ଧାରା। ଏହାର ନାଁ ବଦଳାଇବା ବିକୃତ ହେବ ଏବଂ ରେଭେନ୍ସାଭିଆନଙ୍କ ମାନସିକତାକୁ ଆଘାତ ହେବ । ବ୍ରିଟିଶ ଅଧିକାରୀ ହେବା ସତ୍ତ୍ବେ, ଓଡ଼ିଶାରେ ଶିକ୍ଷାର ପ୍ରସାର କ୍ଷେତ୍ରରେ ରେଭେନ୍ସାଙ୍କର ଯଥେଷ୍ଟ ଅବଦାନ ଥିଲା। ରେଭେନ୍ସା ଛାତ୍ରଛାତ୍ରୀମାନେ ମଧ୍ୟ ଏନେଇ ମତ ରଖିଛନ୍ତି ।

LEAVE A REPLY

Please enter your comment!
Please enter your name here