ବିପ୍ଲବୀ ପରିକ୍ରମା ଡିଜିଟାଲ :-:ଜାନୁଆରି ୧୫ରେ ହେବାକୁ ଥିବା ନେଟ୍ ପରୀକ୍ଷା ସ୍ଥଗିତ ହୋଇଛି । ପୋଙ୍ଗଲ, ମକର ସଂକ୍ରାନ୍ତି ଓ ଅନ୍ୟାନ୍ୟ ପର୍ବପର୍ବାଣୀ ପାଇଁ ନେଟ୍ ପରୀକ୍ଷା ସ୍ଥଗିତ ରଖାଯାଇଛି । ଜାନୁଆରି ୧୫ ତାରିଖରେ ନେଟ୍ ପରୀକ୍ଷା ହେବାର ଥିଲା । ଯାହାକୁ ବର୍ତ୍ତମାନ ପାଇଁ ସ୍ଥଗିତ ରଖାଯାଇଛି । ଖୁବଶୀଘ୍ର ପରୀକ୍ଷାର ନୂଆ ତାରିଖ ଘୋଷଣା କରାଯିବ । ଜାନୁଆରୀ ୧୬ରେ ହେବାକୁ ଥିବା ପରୀକ୍ଷା ନିର୍ଦ୍ଧାରିତ କାର୍ୟ୍ୟସୂଚୀ ଅନୁଯାୟୀ ହେବ । ଏନଟିଏ ସରକାରୀ ବିଜ୍ଞପ୍ତି ଜାରି କରିଛି ଯେଉଁଥିରେ କୁହାଯାଇଛି ଯେ ୧୫ ଜାନୁଆରୀ ୨୦୨୫ରେ ପୋଙ୍ଗଲ, ମକର ସଂକ୍ରାନ୍ତି ଏବଂ ଅନ୍ୟାନ୍ୟ ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ୟୁଜିସି ନେଟ୍ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି ଏବଂ ନୂତନ ତାରିଖ ସୂଚନା ଖୁବଶୀଘ୍ର ଅଫିସିଆଲ ୱେବସାଇଟରେ ଉପଲବ୍ଧ ହେବ । ପ୍ରାର୍ଥୀମାନଙ୍କୁ ଅଫିସିଆଲ ୱେବସାଇଟ ଉପରେ ନଜର ରଖିବାକୁ ପରାମର୍ଶ ଦିଆଯାଇଛି ।