ନୂଆଦିଲ୍ଲୀ ରେଳ ଷ୍ଟେସନରେ ଦଳାଚକଟା : ୧୮ ଜଣଙ୍କର ମୃତ୍ୟୁ

0

ନୂଆଦିଲ୍ଲୀ ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ନୂଆଦିଲ୍ଲୀ ରେଳ ଷ୍ଟେସନରେ ଦଳାଚକଟା । ଯେଉଁଥିରେ ପ୍ରାୟ ୧୮ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୨ ଜଣ ଗୁରୁତର ହୋଇଛନ୍ତି । ମୃତକଙ୍କ ମଧ୍ୟରେ ୪ ଜଣ ଶିଶୁ ରହିଛନ୍ତି । ଷ୍ଟେସନର ୧୪ ଏବଂ ୧୫ ନମ୍ବର ପ୍ଲାଟଫର୍ମରେ ପ୍ରବଳ ଭିଡ଼ ଯୋଗୁଁ ଏହି ଅଘଟଣ ଘଟିଛି । ତେବେ ଦିଲ୍ଲୀର ଲୋକନାୟକ ହସ୍ପିଟାଲ କର୍ତ୍ତୃପକ୍ଷ ୧୮ ଜଣଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଛନ୍ତି । ରେଳ ଅଧିକାରୀଙ୍କ ଅନୁଯାୟୀ, ରବିବାର ଛୁଟିଦିନ ଥିବାରୁ ଶନିବାର ପ୍ରୟାଗରାଜ ଯିବା ପାଇଁ ବହୁ ସଂଖ୍ୟକ ଲୋକ ଏକାଠି ହୋଇଥିଲେ । ଫଳରେ ଏଭଳି ଅଘଟଣ ଘଟିଛି । ଗତକାଲି (ଶନିବାର) ରାତି ପ୍ରାୟ ୮.୩୦ ସମୟରେ ଏହି ଅଘଟଣ ଘଟିଛି । ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ସରକାର । ମୃତକଙ୍କ ପରିବାର ଲୋକଙ୍କୁ ୧୦ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଓ ଆହତମାନଙ୍କୁ ୨.୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛି ଭାରତୀୟ ରେଳବାଇ ।ସୂଚନା ଅନୁସାରେ, ଗତକାଲି ରାତିରେ ପ୍ରୟାଗରାଜ ଯିବା ପାଇଁ ନୂଆଦିଲ୍ଲୀ ରେଲୱେ ଷ୍ଟେସନରେ ପ୍ରବଳ ଭିଡ ହୋଇଥିଲା । ପ୍ରୟାଗରାଜ ଯାଉଥିବା ଟ୍ରେନ ଆସିବାରେ ବିଳମ୍ବ ହେବରୁ ଷ୍ଟେସନରେ ଭିଡ ବଢ଼ିଥିଲା । ବାରାଣସୀ ଯାଉଥିବା ଶିବଗଙ୍ଗା ଏକ୍ସପ୍ରେସ ଷ୍ଟେସନରେ ପହଞ୍ଚିବା ପରେ ଯାତ୍ରୀମାନେ ଟ୍ରେନରେ ଚଢ଼ିବା ଆରମ୍ଭ କରିଥିଲେ । ଏପରି ପରିସ୍ଥିତିରେ ଭିଡ଼ ବଢ଼ିବା ସହ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ କୌଣସି ବ୍ୟବସ୍ଥା ନଥିବାରୁ ଠେଲାପେଲା ଆରମ୍ଭ ହୋଇଥିଲା । ଭିଡ ଭିତରେ ଦଳାଚକଟା ହୋଇ ୧୮ ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୧୦ ମହିଳା ଥିବାବେଳେ ୩ ଶିଶୁ ରହିଛନ୍ତି । ୧୨ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୮ଟା ୩୦ ସମୟରେ ପ୍ଲାଟଫର୍ମ ନମ୍ବର ୧୪/୧୫ରେ ଘଟିଛି ।

LEAVE A REPLY

Please enter your comment!
Please enter your name here