ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ହେବ ନାମାଙ୍କନ

0
Oplus_131072

ବିପ୍ଲବୀ ପରିକ୍ରମା ବ୍ୟୁରୋ :- ଦେଶରେ ଚତୁର୍ଥ ପର୍ଯ୍ୟାୟ ତଥା ଓଡିଶାର ପ୍ରଥମ ପର୍ଯ୍ୟାୟ ମତଦାନ ମେ ୧୩ ତାରିଖରେ ହେବ । ଏଥିପାଇଁ ଆଜିଠୁ ବିଜ୍ଞପ୍ତି ପ୍ରକାଶ ସହ ଆରମ୍ଭ ହେବ ପ୍ରାର୍ଥୀପତ୍ର ଦାଖଲ । ଆସନ୍ତା ୨୫ ତାରିଖ ଯାଏଁ ନାମାଙ୍କନ ଦାଖଲର ଶେଷ ଦିନ ଧାର୍ଯ୍ୟ କରାଯାଇଛି । ୨୬ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ଓ ୨୯ ତାରିଖରେ ନାମାଙ୍କନ ପ୍ରତ୍ୟାହାର ପାଇଁ ଦିନ ଧାର୍ଯ୍ୟ ହୋଇଛି ।

ଓଡିଶାର ପ୍ରଥମ ପର୍ଯ୍ୟାୟ ମତଦାନରେ ୪ଟି ସଂସଦୀୟ କ୍ଷେତ୍ର କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟରେ ମତଦାନ ହେବ ।୪ଟି ସଂସଦୀୟ କ୍ଷେତ୍ର ଅଧିନରେ ଥିବା ୨୮ଟି ବିଧାନସଭା ନିର୍ବାଚନମଣ୍ଡଳିରେ ମଧ୍ୟ ଭୋଟ ପଡିବ । ଏଥିପାଇଁ ନିର୍ବାଚନ କମିସନଙ୍କ ପକ୍ଷରୁ ଆବ୍ୟକ ପ୍ରସ୍ତୁତି କରାଯାଇଛି । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜେଡି ସବୁ ଆସନରେ ପ୍ରାର୍ଥୀ ଘୋଷଣା କରିସାରିଛି । ବିଜେପିର କେବଳ ଜୟପୁର ଆସନ ବାକି ରହିଥିବା ବେଳେ କଂଗ୍ରେସ ଗୋପାଳପୁର ଓ ଛତ୍ରପୁର ଆସନରେ ଏଯାଏଁ ପ୍ରାର୍ଥ ଘୋଷଣା କରିନାହିଁ ।ସେପଟେ ଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତାକାଲି ପଡ଼ିବ ଭୋଟ୍ ।

ଆଜିଠୁ ବୁଥ୍ ଅଭିମୁଖେ ଯିବେ ପୋଲିଂପାର୍ଟି । ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ମୋଟ୍ ୧୦୨ ସିଟ୍ ପାଇଁ ଭୋଟିଂ ହେବ । ତାମିଲନାଡ଼ୁର ସମସ୍ତ ୩୯ ସିଟ୍, ରାଜସ୍ଥାନର ୧୨, ଉତ୍ତର ପ୍ରଦେଶର ୮, ମଧ୍ୟପ୍ରଦେଶର ୬, ଆସାମ-ମହାରାଷ୍ଟ୍ର-ଉତ୍ତରାଖଣ୍ଡର ୫ଟି ଲେଖାଏଁ ସିଟରେ ଭୋଟିଂ ହେବ ।ସେହିପରି ପୁଡ଼ୁଚେରୀ, ଲାକ୍ଷାଦୀପ, ଜମ୍ମୁକାଶ୍ମୀର, ଆଣ୍ଡାମାନ ଓ ନିକୋବର ଦ୍ବୀପର ଗୋଟିଏ ଲେଖାଏଁ ସିଟରେ ବି ମତଦାନ ସାବ୍ୟସ୍ତ କରିବେ ଜନତା। ତା’ସହ ଛତିଶଗଡ଼ର ମାଓପ୍ରବଣ ବସ୍ତରରେ ବି ପ୍ରଥମ ପର୍ଯ୍ୟାୟରେ ଭୋଟ୍ ପଡ଼ିବ।

LEAVE A REPLY

Please enter your comment!
Please enter your name here