ଏଣିକି ରାଜ୍ୟରେ ୩ ହଜାର ଟଙ୍କା ମିଳିବ ଭତ୍ତା
ବିପ୍ଲବୀ ପରିକ୍ରମା ବ୍ୟୁରୋ :- ଏଣିକି ରାଜ୍ୟରେ ୩ ହଜାର ଟଙ୍କା ମିଳିବ ଭତ୍ତା । ବୃଦ୍ଧବୃଦ୍ଧା, ବିଧବା, ଦିବ୍ୟାଙ୍ଗ ଭତ୍ତା ରାଶି ୩ ହଜାର ଟଙ୍କାକୁ ବୃଦ୍ଧି କରିବା ନେଇ ନିଷ୍ପତ୍ତି ହୋଇଥିବା ସୂଚନା ଦେଲେ ମନ୍ତ୍ରୀ l । ଏହି ଭତ୍ତା ରାଶି ବୃଦ୍ଧି ପାଇଁ ନିଷ୍ପତ୍ତି ହୋଇଛି ବୋଲି ଆଜି (ମଙ୍ଗଳବାର) ସୂଚନା ଦେଇଛନ୍ତି ସାମାଜିକ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଭତ୍ତା ବୃଦ୍ଧି ପାଇଁ ପ୍ରସ୍ତୁତି ଚାଲିଛି । ବଜେଟ କେତେ ଆସୁଛି ଦେଖିବୁ । ଅର୍ଥ ବିଭାଗର କ୍ଲିୟରାନ୍ସ ନେବା ପରେ ପରବର୍ତ୍ତୀ ସମୟରେ ଏହାକୁ କାର୍ଯ୍ୟକାରୀ କରିବୁ ବୋଲି ମନ୍ତ୍ରୀ କହିଛନ୍ତି ।
ରାଜ୍ୟରେ ପୂର୍ବତନ ବିଜେଡି ସରକାର ଜାତୀୟ ସାମାଜିକ ସୁରକ୍ଷାରୁ ବଞ୍ଚିତ ହିତାଧିକାରୀଙ୍କୁ ମଧୁବାବୁ ପେନସନ ଯୋଜନା ଅଧିନରେ ଭତ୍ତା ପ୍ରଦାନ କରୁଥିଲେ । ଏହି ଯୋଜନାରେ ରାଜ୍ୟର ବିଭିନ୍ନ ବର୍ଗର ୫୬ ଲକ୍ଷ ୭୬ ହଜାର ୯୧୬ ଜଣଙ୍କୁ ଭତ୍ତା ଦିଆଯାଉଛି । ଗତ ଫେବୃଆରୀରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦୦ ଟଙ୍କା ଭତ୍ତା ବୃଦ୍ଧି କରିଥିଲେ । ଏହାପରେ ହିତାଧିକାରୀମାନେ ସର୍ବନିମ୍ନ ଭତ୍ତା ରାଶି ୧୦୦୦ ଟଙ୍କା ପାଉଥିଲେ ।