ବିପ୍ଲବୀ ପରିକ୍ରମା ଡିଜିଟାଲ :- ଓଡ଼ିଶାରେ ଭରପୂର ରହିଛି ସୁନା ଖଣି । କେବଳ ଖଣି ଖାଦାନ ନୁହେଁ ରାଜ୍ୟରେ ଭରପୂର ରହିଛି ସୁନା ଖଣି । ଦେବଗଡ ଓ କେନ୍ଦୁଝର ପରେ ଆଉ ୭ଟି ଜିଲ୍ଲାରେ ମିଳିଛି ସୁନା ଖଣିର ସନ୍ଧାନ । ଗୁରୁବାର ବିଧାନସଭାରେ ଲିଖିତ ଉତ୍ତରରେ ଜଣାଇଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା । ପୂର୍ବରୁ ରାଜ୍ୟରେ ଦେବଗଡ ଜିଲ୍ଲାର ଆଡାସ-ରାମପାଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସର୍ବେକ୍ଷଣ (GSI) ସଂସ୍ଥା ଦ୍ବାରା ତମ୍ବାପଥର ପାଇଁ ଜି-୨ ସ୍ତରରେ ଅନ୍ଵେଷଣ କଲାବେଳେ ସୁନାପଥରର ସନ୍ଧାନ ମିଳିଥିଲା । କେନ୍ଦୁଝର ଜିଲ୍ଲାର ଗୋପୁର, ଗାଜିପୁର ମାଙ୍କଡଚୁଆଁ, ସଲେଇକଣା, ଡିମିରିମୁଣ୍ଡା ଅଞ୍ଚଳରେ ସୁନାଖଣି ଚିହ୍ନଟ ପାଇଁ ଅନୁସନ୍ଧାନ କାର୍ଯ୍ୟ ଚାଲୁ ରହିଛି । ଗୁରୁବାର ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଇସ୍ପାତ ଓ ଖଣି ବିଭାଗ ବିଭୂତି ଭୂଷଣ ଜେନା କହିଛନ୍ତି, ‘ରାଜ୍ୟରେ ଦେବଗଡ ଜିଲ୍ଲାର ଆଡାସ-ରାମପାଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସର୍ବେକ୍ଷଣ (GSI) ସଂସ୍ଥା ଦ୍ବାରା ତମ୍ବାପଥର ପାଇଁ ଜି-୨ ସ୍ତରରେ ଅନ୍ଵେଷଣ କଲାବେଳେ ସୁନାପଥରର ସନ୍ଧାନ ମିଳିଛି । କେନ୍ଦୁଝର ଜିଲ୍ଲାର ଗୋପୁର-ଗାଜିପୁର ମାଙ୍କଡଚୁଆଁ, ସଲେଇକଣା, ଡିମିରିମୁଣ୍ଡା ଅଞ୍ଚଳରେ ସୁନାଖଣି ଚିହ୍ନଟ ପାଇଁ ଅନୁସନ୍ଧାନ କାର୍ଯ୍ୟ ଚାଲୁ ରହିଛି । ମୟୂରଭଞ୍ଜ ଜିଲ୍ଲାର ଯଶିପୁର, ସୁରିଆଗୁଡା, ରୁଆଁସି, ଇଡେଲକୁଚା, ମାରେଡ଼ିହି ଓ ସୁଲେଇପାଟ (ଧୂସୁରା ପାହାଡ) ଏବଂ ବାଦାମପାହାଡ ଅଞ୍ଚଳରେ ସୁନାଖଣି ଅନ୍ଵେଷଣ ନିମନ୍ତେ ପ୍ରାରମ୍ଭିକ ଅନୁସନ୍ଧାନ ଜାରି ରହିଛି । ଏତଦ ବ୍ୟତୀତ ସୁନ୍ଦରଗଡ, ନବରଙ୍ଗପୁର, ଅନୁଗୋଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର, ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ବିକ୍ଷିପ୍ତ ଭାବରେ ସୁନା ଥିବାର ସୂଚନା ମିଳିଛି, ଯାହାର ସବିଶେଷ ଅନୁସନ୍ଧାନ କରାଯାଇନାହିଁ ।