ଭୁବନେଶ୍ୱର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ଆଜି ଭୁବନେଶ୍ୱର ଆସିବେ ଓଡ଼ିଶାର ନୂଆ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ।ଆସନ୍ତାକାଲି ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି । ରାଜଭବନରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ।ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିବା ପରେ ନବନିଯୁକ୍ତ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ । ସେହିପରି ଶୁକ୍ରବାର ପୂର୍ବାହ୍ନରେ ଅର୍ଥାତ 3 ତାରିଖରେ ଶପଥ ଗ୍ରହଣ କରିବେ ନୂଆ ରାଜ୍ୟପାଳ । ରାଜଭବନରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ।
ଓଡ଼ିଶାର ପ୍ରଥମ ନାଗରିକ ଭାବେ ନିଯୁକ୍ତ ହୋଇଛନ୍ତି ଡକ୍ଟର ହରିବାବୁ କମ୍ଭମପତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 5 ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତ କରିଥିଲେ । ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ଇସ୍ତଫାକୁ ରାଷ୍ଟ୍ରପତି ଗ୍ରହଣ କରି ତାଙ୍କ ସ୍ଥାନରେ ହରିବାବୁଙ୍କୁ ନିଯୁକ୍ତି ଦେଇଥିଲେ । ହରିବାବୁ ମିଜୋରାମର ରାଜ୍ୟପାଳ ଭାବେ କାର୍ଯ୍ୟ କରୁଥିଲେ । ନିଯୁକ୍ତି ମିଳିବା ପରେ ଓଡ଼ିଶାର ନୂଆ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ଆଜି ଓଡିଶା ଆସିବେ । ଏହାପରେ ଆସନ୍ତାକାଲି ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ହରିବାବୁ କମ୍ଭମପତି ।