ବିପ୍ଲବୀ ପରିକ୍ରମା ଡିଜିଟାଲ :- ରାଜ୍ୟ ସରକାର ଆଉ ୮ଟି ସହରରେ ‘ଆମ ବସ୍’ ଗଡ଼ିବ। ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଅନୁଗୁଳ, ଝାରସୁଗୁଡ଼ା, ଯାଜପୁର, କେନ୍ଦୁଝର, ବାରିପଦା, ଜୟପୁର, ବାଲେଶ୍ୱର ଏବଂ ରାୟଗଡ଼ା ସହରର ଲୋକଙ୍କୁ ଏହି ବସ୍ ସେବା ଯୋଗାଇ ଦିଆଯିବ ବୋଲି କ୍ରୁଟର ଗୁରୁତ୍ୱପୂର୍ଣ୍ଣ ବୋର୍ଡ ବୈଠକରେ ନିଷ୍ପତ୍ତି ନିଆଯାଇଛି।ଦୁର୍ଘଟଣା ରୋକିବାକୁ ମଧ୍ୟ ପଦକ୍ଷେପ ନିଆଯାଇଛି। ଦ୍ରୁତ ଗାଡ଼ିଚାଳନା ଉପରେ ଅଙ୍କୁଶ ଲଗାଯାଇଛି। ଇଲେକ୍ଟି୍ର ବସର ବେଗ ଘଣ୍ଟା ପ୍ରତି ୩୫ କିଲୋମିଟର ରଖାଯାଇଥିବା ବେଳେ ଡିଜେଲ ବସର ଘଣ୍ଟା ପ୍ରତି ବେଗ ୪୦ କିଲୋମିଟର ରଖାଯାଇଛି। ଏଥିସହିତ ସୁରକ୍ଷିତ ଡ୍ରାଇଭିଂ ନେଇ ପ୍ରଶିକ୍ଷଣ ମଧ୍ୟ ଦିଆଯିବ। କାରଣ ଅଧିକାଂଶ ସମୟରେ ଆମ ବସର ଡ୍ରାଇଭରମାନେ ଦୁର୍ଘଟଣା ଘଟାଉଥିବା ଅନେକ ଅଭିଯୋଗ ଆସୁଛି। ଏହାକୁ ପ୍ରତିହତ କରିବା ପାଇଁ ଡ୍ରାଇଭରଙ୍କୁ ଉପଯୁକ୍ତ ତାଲିମ ଦିଆଯିବାପରେ ନିଯୁକ୍ତି ଦିଆଯିବ ବୋଲି ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।