ରାଜ୍ୟରେ ଆଳୁ ଦର ଆକାଶଛୁଆଁ

0

ବିପ୍ଲବୀ ପରିକ୍ରମା ବ୍ୟୁରୋ :- ରାଜ୍ୟରେ ଏବେ ଆଳୁ ଦର ବଢ଼ିବାକୁ ନେଇ ଗ୍ରାହକ ଚିନ୍ତାରେ ପଡ଼ିଯାଇଛନ୍ତି। ଆଳୁକୁ ନେଇ ଆଉ କିଛି ସମୟ ଭିତରେ ବୈଠକ ବସିବ। ବୈଠକ ପୂର୍ବରୁ ଆଳୁ ଗୋଦାମରେ ପହଞ୍ଚି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସ୍ଥିତି ପରଖିଛନ୍ତି। ଯୋଗାଣ ବିଭାଗ ପକ୍ଷରୁ ବିଭିନ୍ନ ବଜାର ଓ ଗୋଦାମରେ ଚଢାଉ କରାଯାଉଛି। ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି ରାଜ୍ୟରେ ଆଗାମୀ ୭ ଦିନ ଯାଏ ମହଜୁଦ ରହିଛି ଆଳୁ। ତେଣୁ ଅସାଧୁ ବ୍ୟବସାୟୀ ଚଢ଼ା ଦରରେ ଆଳୁ ବିକ୍ରି କଲେ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। ୩୨ ଟଙ୍କାରୁ ଅଧିକ ଦରରେ ବିକିଲେ କାର୍ଯ୍ୟାନୁଷ୍ଠାନ ହେବ।ଯୋଗାଣ ମନ୍ତ୍ରୀ କହିଛନ୍ତି, ସରକାର ପଶ୍ଚିମବଙ୍ଗରୁ ଆଳୁ ଆଣିବାକୁ ଚେଷ୍ଟା ଚଳାଇଛନ୍ତି। ଆଳୁ ଗାଡ଼ି ଫେରିଯିବା ଦୁର୍ଭାଗ୍ୟଜନକ। ପଶ୍ଚିମବଙ୍ଗ ସରକାରଙ୍କ ଏଭଳି ନିଷ୍ପତ୍ତି ନେଇ ତାଙ୍କ ସହ ଆଲୋଚନା କରିବୁ। ପଶ୍ଚିମବଙ୍ଗରୁ ଆଳୁ ଆସି ନପାରିଲେ ଉତ୍ତରପ୍ରଦେଶରୁ ଆମଦାନୀ ପାଇଁ ଯୋଗାଯୋଗ କରାଯାଉଛି।

LEAVE A REPLY

Please enter your comment!
Please enter your name here