ଲୋକସେବା ଭବନରେ ଗ୍ରେଟର ଗଠନ ସମ୍ପର୍କିତ ତଥ୍ୟ ଉପସ୍ଥାପନ

0

ଭୁବନେଶ୍ୱର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ ଗୃହ ଓ ନଗର ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ସମୀକ୍ଷା କରିଛନ୍ତି। ଏହି ଅବସରରେ ଗ୍ରେଟର ଭୁବନେଶ୍ୱର ଗଠନ ସମ୍ପର୍କିତ ତଥ୍ୟ ଉପସ୍ଥାପନ ହୋଇଛି।ଭୁବନେଶ୍ୱର, କଟକ, ପୁରୀ ଓ ପାରାଦ୍ବୀପକୁ ନେଇ ପ୍ରସ୍ତାବିତ ଅର୍ଥନୈତିକ ରିଜିଅନ୍ ଗ୍ରେଟର ଭୁବନେଶ୍ୱର ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯାଇଛି। ୨୦୩୬ ବିକଶିତ ଓଡ଼ିଶା ଗଠନ ପାଇଁ ଉଭୟ ସହରୀକରଣ ଓ ଅର୍ଥନୈତିକ ଦୃଷ୍ଟିକୋଣରୁ ଏହାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସମୁଦାୟ ୮୫୦୦ ବର୍ଗ କିଲୋମିଟର ଅଞ୍ଚଳକୁ ସମାବେଶୀ, ବାସପଯୋଗୀ ଏବଂ ଦୀର୍ଘସ୍ଥାୟୀ ଅର୍ଥନୈତିକ ରିଜିଅନ ଭାବେ ବିକଶିତ କରିବା ପାଇଁ ଯୋଜନା ରହିଛି। ଆଗାମୀ ୫୦ ବର୍ଷକୁ ଦୃଷ୍ଟିରେ ରଖି ଆବଶ୍ୟକସ୍ଥଳେ ଆଉ ଅଧିକ ଅଞ୍ଚଳ ଏଥିରେ ଅନ୍ତର୍ଭୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏଥି ସହିତ ଏହି ପ୍ରକଳ୍ପ ନିର୍ମାଣ ପୂର୍ବରୁ ଅନ୍ୟ ରାଜ୍ୟମାନଙ୍କୁ ଯାଇ, ସେମାନଙ୍କ ଯୋଜନାକୁ ଅନୁଧ୍ୟାନ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି।

ଭୁବନେଶ୍ୱରର କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ନିକଟବର୍ତ୍ତୀ ଅଞ୍ଚଳରେ ଆଉ ଏକ ନୂତନ ସହର ନିର୍ମାଣ ଏବଂ ମେଟ୍ରୋ ରେଳ ଚଳାଚଳ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଛି। ରାଜ୍ୟର ସହରାଞ୍ଚଳ ବିକାଶ ପାଇଁ ଏକ ଯୋଜନା ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି।

LEAVE A REPLY

Please enter your comment!
Please enter your name here