ଭୁବନେଶ୍ୱର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନାର ସ୍ବତନ୍ତ୍ର ବିମାନରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିବା ପରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ତାଙ୍କୁ ସ୍ବାଗତ କରିଛନ୍ତି । ରାଜଧାନୀରେ ଜାରି ରହିଥିବା ୧୮ତମ ‘ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ’ର ଅନ୍ତିମ କାର୍ଯ୍ୟକ୍ରମରେ ଆସନ୍ତାକାଲି ସେ ଅଂଶଗ୍ରହଣ କରିବେ । ଗତକାଲି (ବୁଧବାର) ସଂଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ବରରେ ପହଞ୍ଚିଥିବା ବେଳେ ଆଜି ସମ୍ମିଳନୀରେ ଅଂଶଗ୍ରହଣ କରିଛନ୍ତି । ଆସନ୍ତାକାଲି (୯ ତାରିଖ) ଏହି ତ୍ରିଦିବସୀୟ ସର୍ବଭାରତୀୟ କାର୍ଯ୍ୟକ୍ରମ ଶେଷ ହେବାକୁ ଯାଉଛି । ଉଦଯାପନୀ ସମାରୋହର ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି ।