ବିପ୍ଲବୀ ପରିକ୍ରମା ଡିଜିଟାଲ :- ଆଇପିଏଲ ୨୦୨୫ କ୍ୱାଲିଫାୟର-୨ରେ ମୁମ୍ବାଇ ଇଣ୍ଡିଆନ୍ସକୁ ୫ ୱିକେଟରେ ପରାସ୍ତ କରି ପଞ୍ଜାବ କିଙ୍ଗସ୍ ଫାଇନାଲରେ ପ୍ରବେଶ କରିଛି। ଏବେ ପଞ୍ଜାବ କିଙ୍ଗସ୍ ଜୁନ୍ ତାରିଖରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରୟାଲ୍ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ସହିତ ଇଣ୍ଡିଆନ୍ ପ୍ରିମିୟର ଲିଗ୍ ର ୧୮ତମ ସିଜିନ୍ ର ଫାଇନାଲ୍ ଖେଳିବା ଦେଖିବାକୁ ମିଳିବ। ଏହି ପରାଜୟ ସହିତ, ଆଇପିଏଲ୍ ୨୦୨୫ରେ ମୁମ୍ବାଇ ଇଣ୍ଡିଆନ୍ସର ଯାତ୍ରା ଶେଷ ହୋଇଯାଇଛି। ଏହି ସିଜିନ୍ ସାରା ଚମତ୍କାର ପ୍ରଦର୍ଶନ କରିଥିବା ମୁମ୍ବାଇ କ୍ୱାଲିଫାୟର ୨ରୁ ଆଗକୁ ବଢ଼ିପାରି ନାହିଁ l ଏହି ମ୍ୟାଚ୍ ରେ ବିଜୟର ସମ୍ପୂର୍ଣ୍ଣ ଶ୍ରେୟ ପଞ୍ଜାବ କିଙ୍ଗସ୍ ଅଧିନାୟକ ଶ୍ରେୟସ୍ ଆୟରଙ୍କୁ ଯାଏ। ଶ୍ରେୟସ୍ ତୃତୀୟ ଓଭରରେ କ୍ରିଜ୍ କୁ ଆସିଥିଲେ ଏବଂ ୧୯ ଓଭର ଶେଷ ପର୍ଯ୍ୟନ୍ତ କ୍ରିଜ୍ ରେ ରହି ତାଙ୍କ ଦଳକୁ ବିଜୟୀ କରାଇ ଫାଇନାଲ୍ ରେ ପହଞ୍ଚାଇଥିଲେ। ଏହା ସହିତ ପଞ୍ଜାବ ୧୧ ବର୍ଷ ପରେ ଆଇପିଏଲ୍ ର ଫାଇନାଲରେ ପ୍ରବେଶ କରିଛି। ଆଇପିଏଲ ୨୦୨୪ ପରେ, ଏବେ ପଞ୍ଜାବ ଆଇପିଏଲ ୨୦୨୫ ରେ ଦ୍ୱିତୀୟ ଫାଇନାଲ୍ ଖେଳିବାର ଦେଖିବାକୁ ମିଳିବ। ଏହି ଚମତ୍କାର ପ୍ରଦର୍ଶନ ପାଇଁ ତାଙ୍କୁ ପ୍ଲେୟାର ଅଫ୍ ଦି ମ୍ୟାଚ୍ ଘୋଷଣା କରାଯାଇଛି। ଏହା ସହିତ ଶ୍ରେୟସ ଆୟର ଆଇପିଏଲ ଇତିହାସରେ ୩ଟି ଦଳକୁ ଫାଇନାଲରେ ପହଞ୍ଚାଇବାରେ ପ୍ରଥମ ଅଧିନାୟକ ହୋଇଛନ୍ତି। ସେ ଦିଲ୍ଲୀ କ୍ୟାପିଟାଲ୍ସ, କୋଲକାତା ନାଇଟ୍ ରାଇଡର୍ସ ଏବଂ ଏବେ ପଞ୍ଜାବ କିଙ୍ଗସକୁ ଆଇପିଏଲ ର ଫାଇନାଲରେ ପହଞ୍ଚାଇଛନ୍ତି। ସେ ତାଙ୍କ ଅଧିନାୟକତ୍ୱରେ କେକେଆର କୁ ୨୦୨୪ର ବିଜେତା ମଧ୍ୟ କରାଇଛନ୍ତି।