ଆଜିଠୁ ୨୧ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା

0

ବିପ୍ଲବୀ ପରିକ୍ରମା ଡିଜିଟାଲ :-:ବଦଳିବ ପାଗ । ଆଜିଠୁ ରାଜ୍ୟରେ ବର୍ଷା ସମ୍ଭାବନା । ୧୯ ତାରିଖରୁ ୨୧ ତାରିଖ ଯାଏଁ ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଘୂର୍ଣ୍ଣିବଳୟ ଓ ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ହେବାର ଅନୁମାନ କରାଯାଇଛି । ଗତକାଲି ମୟୂରଭଞ୍ଜ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା । ଆଜି ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ମଧ୍ୟ ହୋଇପାରେ । ଆଜି ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ବର, ଯାଜପୁର, କେନ୍ଦ୍ରାପଡ଼ାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆଜି ଉତ୍ତର ଓଡ଼ିଶାରେ ବିକ୍ଷିପ୍ତ ହାଲୁକା ବର୍ଷା ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆଗାମୀ ଦୁଇ ଦିନରେ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ବୃଦ୍ଧି ହୋଇପାରେ । ଏହା ପରେ ତାପମାତ୍ରା ଓ ପାଗରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

LEAVE A REPLY

Please enter your comment!
Please enter your name here