ବିପ୍ଲବୀ ପରିକ୍ରମା ଡିଜିଟାଲ :- ଆସୁଛି ଲଘୁଚାପ, ତାତିରୁ ମିଳିବ ଆଶ୍ବସ୍ତି । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଘୁର୍ଣ୍ଣିବଳୟ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ଫଳରେ କାଲି ୧୧ ତାରିଖ ପର୍ଯ୍ୟନ୍ତ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାଗୁଡିକ ହେଉଛି ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି। ଏସବୁ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ଆକଳନ କରାଯାଇଛି । ଏହି ସମୟରେ ପବନର ବେଗ ୩୦ରୁ ୪୦ ଡିଗ୍ରୀ ରହିବ । ସେହିପରି ୯ ତାରିଖ ଦିନ ୧୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୦ ତାରିଖରେ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।