ବର୍ଷାରେ ଭିଜିବ ରଥଯାତ୍ରା
ପୁରୀ ( ବିପ୍ଲବୀ ପରିକ୍ରମା ):- ଏଥର ବର୍ଷାରେ ଭିଜିବ ରଥଯାତ୍ରା। ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ପୁରୀରେ ଚାଲିଛି ଜୋରଦାର ପ୍ରସ୍ତୁତି। ଏପଟେ ରଥଯାତ୍ରା ବର୍ଷାରେ ଭିଜିବା ନେଇ ପାଣିପାଗ କେନ୍ଦ୍ରର ଆକଳନ। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ୭ ଓ ୮ ତାରିଖରେ ପୁରୀରେ ବର୍ଷା ଆଶଙ୍କା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ସୃଷ୍ଟ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ୫ ଦିନ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଆଜି କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପରରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ଗଞ୍ଜାମ, କନ୍ଧମାଳ, କୋରାପୁଟ ଓ ମାଲକାନଗିରିରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୮ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।