୨୬ ତାରିଖ ଯାଏଁ ଜାରି ରହିବ ବର୍ଷା

0

ବିପ୍ଲବୀ ପରିକ୍ରମା ବ୍ୟୁରୋ :- ଆସନ୍ତା ୪ ଦିନରେ ବର୍ଷାରେ ଭିଜିବ ସାରା ଓଡ଼ିଶା। କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ କେଉଁଠି ପ୍ରବଳ ବର୍ଷିପାରେ। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ଆସନ୍ତା ୩ ଘଣ୍ଟା ମଧ୍ୟରେ ବୌଦ୍ଧ, କନ୍ଧମାଳ, ବଲାଙ୍ଗିର, କଳାହାଣ୍ଡି, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି।ବର୍ତ୍ତମାନ ଲଘୁଚାପ ଛତିଶଗଡ଼ ଉପରେ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଆଗାମୀ ୩-୪ ଦିନ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓ କେନ୍ଦ୍ରୀୟ ଓଡିଶାରେ ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ଆଜି ବରଗଡ଼, ସୋନପୁର, ବୌଦ୍ଧ, ସମ୍ବଲପୁର ଜିଲ୍ଲାରେ ଭୀଷଣ ବର୍ଷା ହୋଇପାରେ। ପ୍ରବଳ ବର୍ଷା ପାଇଁ ଝାରସୁଗୁଡ଼ା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଦେଓଗଡ଼, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂପୁର, କଟକ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି। ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୭୧.୯ ପ୍ରତିଶତ ବର୍ଷା ରେକର୍ଡ ହୋଇଛି। କେବଳ ମାଲକାନଗିରି ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଛି।

LEAVE A REPLY

Please enter your comment!
Please enter your name here