ରାଜ୍ୟରେ ବଢ଼ିବ ବର୍ଷା
ବିପ୍ଲବୀ ପରିକ୍ରମା ବ୍ୟୁରୋ :- ରାଜ୍ୟରେ ବଢ଼ିବ ବର୍ଷା । ଉପକୂଳରୁ ଉତ୍ତର, ଦକ୍ଷିଣରୁ ପଶ୍ଚିମ ସବୁଠି ଜାରି ରହିବ ବର୍ଷା। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବିଜୁଳୀ ଘଡ଼ଘଡ଼ି ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଝାରସୁଗୁଡା, ସୁନ୍ଦରଗଡ଼, କେନ୍ଦୁଝର, ଦେଓଗଡ, ମୟୂରଭଂଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ ଓ ଜଗତସିଂହପୁର ଜିଲ୍ଲାକୁ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ।ଆଗାମୀ ୫ ଦିନ ଯାଏଁ ଏପରି ସମାନ ସ୍ଥିତି ରହିପାରେ। ତେବେ ମୌସୁମୀ ସିଜିନରେ ୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ ୨୪ ଜିଲ୍ଲାରେ ରେକର୍ଡ ହୋଇଛି ନିଅଣ୍ଟିଆ ବର୍ଷା । ଜୁନ ମାସରେ ୪୧ ପ୍ରତିଶତ କମ୍ ବର୍ଷା ହୋଇଛି । ଜୁନ୍ ୧ରୁ ଏବେ ସୁଦ୍ଧା ରାଜ୍ୟରେ ସ୍ୱାଭାବିକ ଠାରୁ ୩୯% କମ୍ ବର୍ଷା ହୋଇଛି । ୫ ଜିଲ୍ଲାରେ ସ୍ଥିତି ଅତି ଉତ୍କଟ ଏବଂ ୧୭ ଜିଲ୍ଲାରେ ୨୦ରୁ ୫୯% ନିଅଣ୍ଟିଆ ବର୍ଷା ହୋଇଛି ।