ବିପ୍ଲବୀ ପରିକ୍ରମା ଡିଜିଟାଲ :- ଜୁନ୍ ୨୪ ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୂମାନ କରାଯାଇଛି। ଗୁରୁବାର ଚାରିଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ବଙ୍ଗୋପ ସାଗରରେ ସକ୍ରିୟ ଲଘୁଚାପ ଯୋଗୁ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଲଗାତାର ବର୍ଷାଯୋଗୁ ସାଧାରଣ ଜୀବନଯାତ୍ରା କିଛି ପରିମାଣରେ ପ୍ରଭାବିତ ହୋଇଛି। ସମୁଦ୍ର ଅଶାନ୍ତ ରହିଥିବାରୁ ଶୁକ୍ରବାର ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଅଞ୍ଚଳ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଝାଡ଼ଖଣ୍ଡ ଆଡକୁ ଗତି କରିବାର ସମ୍ଭାବନା ଅଛି। ଏହାର ପ୍ରଭାବରେ, ଓଡ଼ିଶାରେ ୨୪ ଜୁନ୍ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।