ଆରପାରିରେ ରମାକାନ୍ତ ରଥ

0

ବିପ୍ଲବୀ ପରିକ୍ରମା ଡିଜିଟାଲ :-:ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ। ଭୁବନେଶ୍ଵର ଖାରବେଳନଗର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା। ସାହିତ୍ୟ ଜଗତ ପ୍ରତି ତାଙ୍କର ବିରାଟ ଅବଦାନ ରହିଛି । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକବ୍ୟକ୍ତ କରିଛନ୍ତି । ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ସମ୍ପନ୍ନ ହେବା ନେଇ କହିଛନ୍ତି ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ପୁରୀ ସ୍ବର୍ଗଦ୍ବାରରେ ଶେଷକୃତ୍ୟ ସମ୍ପର୍ଣ୍ଣ ହେବ ।

 

ତେବେ ଓଡ଼ିଆ ସାହିତ୍ୟର ଜଣେ ଆଧୁନିକ କବି ହେଉଛନ୍ତି ରମାକାନ୍ତ ରଥ । ସେ ୧୯୩୪ରେ କଟକରେ ଜନ୍ମ ଗ୍ରହଣ କରିଥିଲେ । ଇଂରାଜୀରେ ରେଭେନ୍ସା କଲେଜରୁ ଏମ.ଏ. କରିବା ପରେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗ ଦେଇଥିଲେ । ୧୯୯୩-୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ସଭାପତି ରହିଥିଲେ। ୧୯୯୨ରେ ଅବସର ଗ୍ରହଣ କରିବା ପୂର୍ବରୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ ।

LEAVE A REPLY

Please enter your comment!
Please enter your name here