ଗଜପତି ( ବିପ୍ଲବୀ ପରିକ୍ରମା ):- ପାରଳାଖେମୁଣ୍ଡି ସ୍ଥିତ ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, ଠାରେ ଚୈତ୍ରଶୁକ୍ଳ ପ୍ରତିପଦା ଉତ୍ସବ ତଥା ରାଷ୍ଟ୍ରୀୟ ନବବର୍ଷ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ଅଷ୍ଟମ ଠାରୁ ଦଶମଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କୁ ନେଇ ନଗର ପରିକ୍ରମା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ତତ୍ ପରେ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା ।
ପ୍ରଧାନ ଆଚାର୍ଯ୍ୟ ସରୋଜ କୁମାର ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘ ଗଞ୍ଜାମ ବିଭାଗର ସହ-ସଂଘ ଚାଳକ ଗୋୖରାଙ୍ଗ ପାଣିଗ୍ରାହୀ ମହୋଦୟ, ସମ୍ମାନିତ ଅତିଥି ରୂପେ ବିଦ୍ୟାଳୟର ସହ-ପ୍ରଧାନ ଆଚାର୍ଯ୍ୟ ସନ୍ତୋଷ କୁମାର ପାଢ଼ୀ ପ୍ରମୁଖ ଯୋଗଦେଇଥିଲେ।ମୁଖ୍ୟ ବକ୍ତା ଆଜିର ଦିବସର ବିଶେଷତ୍ଵ ତଥା ଗୁରୁତ୍ବ ବିଷୟରେ ଛାତ୍ରଛାତ୍ରୀ ମାନଙ୍କୁ କରିଥିଲେ। କାର୍ଯ୍ୟକ୍ରମର ଶେଷରେ ବିଦ୍ୟାଳୟର ସହ-ପ୍ରଧାନ ଆଚାର୍ଯ୍ୟ ଧନ୍ୟବାଦ ପୂର୍ବକ ତଥା ଅନ୍ୟ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା।