ବିପ୍ଲବୀ ପରିକ୍ରମା ଡିଜିଟାଲ :- ଆଜିଠୁ ହେବ ସକାଳୁଆ ସ୍କୁଲ । ପିଲା ସକାଳୁ ସ୍କୁଲ ଯିବେ l ସାରା ରାଜ୍ୟରେ ଆଜିଠାରୁ ହେବ ସକାଳୁଆ ସ୍କୁଲ । ଅସହ୍ୟ ଖରା ଓ ଗୁଳୁଗୁଳି ପାଇଁ ତାରିଖ ଓ ସମୟରେ ପରିବର୍ତ୍ତନ କରାଯାଇଛି । ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୬ଟା ୩୦ରୁ ସ୍କୁଲ ଖୋଲି ସକାଳ ୧୦ଟା ୩୦ ପର୍ଯ୍ୟନ୍ତ ଚାଲିବ । ଏନେଇ ସମସ୍ତ ଜିଲ୍ଲାପାଳ ମାନଙ୍କୁ ଗଣଶିକ୍ଷା ବିଭାଗ ପକ୍ଷରୁ ନୋଟିସ୍ ହୋଇଛି ।
ତେବେ ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ ହେବ ବୋଲି ଗତକାଲି ରାଜସ୍ୱ ବିଭାଗ ପକ୍ଷରୁ କୁହାଯାଇଥିଲା । କିନ୍ତୁ ପ୍ରବଳ ଖରାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ତାରିଖ ଓ ସମୟରେ ପରିବର୍ତ୍ତନ କରାଯାଇଛି । ଖରାକୁ ଦୃଷ୍ଟିରେ ରଖି ସ୍କୁଲଗୁଡିକରେ ପିଇବା ପାଣି ବ୍ୟବସ୍ଥା ଏବଂ ପର୍ଯ୍ୟାପ୍ତ ଓଆରଏସ୍ ପ୍ୟାକେଟ୍ ମହଜୁଦ୍ ରଖିବାକୁ ନିର୍ଦ୍ଦେଶ ଦେଇଛି ବିଭାଗ।