ବାରିପଦା ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ବାରିପଦା ସହରରେ ପୁଣି ଆତଙ୍କ। ଶୁକ୍ରବାର ପୂର୍ବାହ୍ନ ୧୦ଟା ସମୟରେ ଘରେ ପଶି ଠିକାଦାର ତଥା ବିଜେଡିର ବରିଷ୍ଠ ସଦସ୍ୟ ଙ୍କ ବେକକୁ କାଟି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ମୃତକ ଜଣଙ୍କ ହେଲେ ଭଞ୍ଜପୁର ଥାନା ଅନ୍ତର୍ଗତ ଫରେଷ୍ଟ କଲୋନୀର ସ୍ନେହାଶିଷ ପଣ୍ଡା।
ସୂଚନାନୁସାରେ, ସ୍ନେହାଶିଷ ଘରେ ଥିବା ସମୟରେ ଜନୈକ ଯୁବକ ଜଣଙ୍କ ଘରେ ପଶିଥିଲେ। ହଠାତ୍ ତାଙ୍କ ବେକକୁ ଏକ ଧାରୁଆ ଅସ୍ତ୍ରରେ ହାଣି ଯୁବକ ଜଣଙ୍କ ଏକ ବାଇକରେ ଦ୍ରୁତ ଗତିରେ ଫେରାର ହୋଇଯାଇଥିବା ଜଣାପଡିଛି। ପରିବାର ଲୋକଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେବା ପରେ ସ୍ନେହାଶିଷକୁ ବାରିପଦା ପିଆରଏମ ମେଡିକାଲରେ ଭର୍ତ୍ତି କରିଥିଲେ ହେଁ ଡାକ୍ତର ମୃତ ଘୋଷଣା କରିଛନ୍ତି ।ତେବେ ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ କରିଥିବା ନେଇ ଅନୁମାନ କରାଯାଉଛି । ତେବେ ସହରରେ ଏଭଳି ଜଘନ୍ୟ ହତ୍ୟାକାଣ୍ଡକୁ ନେଇ ଲୋକେ ଆତଙ୍କିତ ହୋଇପଡିଛନ୍ତି ।