ୟୁନେସ୍କୋ ମେମୋରି ଅଫ୍ ୱାର୍ଲ୍ଡରେ ସାମିଲ ହେଲା ଶ୍ରୀମଦ୍ ଭଗବତ ଗୀତା ଓ ନାଟ୍ୟଶାସ୍ତ୍ର

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ୟୁନେସ୍କୋରେ ସ୍ଥାନ ପାଇଲା ଶ୍ରୀମଦ୍ ଭଗବତ ଗୀତା । ୟୁନେସ୍କୋ ମେମୋରି ଅଫ୍ ୱାର୍ଲ୍ଡରେ ସାମିଲ ହୋଇଛି ଶ୍ରୀମଦ୍ ଭଗବତ ଗୀତା ଓ ଭରତମୁନୀଙ୍କ ନାଟ୍ୟଶାସ୍ତ୍ର । ୟୁନେସ୍କୋ ଏହାର ମେମୋରୀ ଅଫ୍ ଦି ୱାର୍ଲ୍ଡ ରେଜିଷ୍ଟରରେ ୭୪ଟି ନୂତନ ଡକ୍ୟୁମେଣ୍ଟାରୀ ଐତିହ୍ୟ ସଂଗ୍ରହ ଯୋଡିଛି । ଏଥିରେ ସାମିଲ ରହିଛି ଭଗବତ ଗୀତା ଏବଂ ନାଟ୍ୟଶାସ୍ତ୍ର । ଏହି ଉପଲବ୍ଧି ନେଇ ଖୁସି ବ୍ୟକ୍ତି କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରତିଟି ଭାରତୀୟଙ୍କ ପାଇଁ ଏହା ଗର୍ବର ମୁହୂର୍ତ୍ତ । ଏହି ରେଜିଷ୍ଟର ମହତ୍ତ୍ୱପୂର୍ଣ୍ଣ ଦସ୍ତାବିଜକୁ ସଂରକ୍ଷିତ କରିବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ୟୁନେସ୍କୋର ମେମୋରି ଅଫ୍ ଦି ୱାର୍ଲ୍ଡ ରେଜିଷ୍ଟରରେ ଶ୍ରୀମଦ୍ ଭଗବତ ଗୀତା ଓ ନାଟ୍ୟଶାସ୍ତ୍ରକୁ ସ୍ଥାନ ମିଳିଥିବା ନେଇ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ଏକ୍ସରେ ସୂଚନା ଦେଇଛନ୍ତି । ସେ କହିଛନ୍ତି, ‘ଭାରତୀୟ ସଭ୍ୟତା ଓ ଐତିହ୍ୟ ପାଇଁ ଐତିହାସିକ ଦିନ ।’

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତଙ୍କ ପୋଷ୍ଟରେ କମେଣ୍ଟ ଦେଇ କହିଛନ୍ତି, ଦେଶବାସୀଙ୍କୁ ଶୁଭେଚ୍ଛା । ଭାରତୀୟଙ୍କ ପାଇଁ ଆଜି ଗର୍ବର ମୁହୂର୍ତ୍ତ । ୟୁନେସ୍କୋର ମେମୋରି ଅଫ୍ ଦି ୱାର୍ଲ୍ଡ ରେଜିଷ୍ଟରରେ ଭଗବତ ଗୀତା ଓ ନାଟ୍ୟଶାସ୍ତ୍ରକୁ ସାମିଲ କରାଯାଇଛି । ଏପରି କରାଯିବା ଅନନ୍ତ ଜ୍ଞାନ ଏବଂ ସମୃଦ୍ଧ ସଂସ୍କୃତି ସର୍ବଭାରତୀୟ ସ୍ତରରେ ସ୍ୱୀକୃତି ମିଳିବା ସହ ସମାନ ।”

LEAVE A REPLY

Please enter your comment!
Please enter your name here