ବ୍ରହ୍ମପୁର ( ବିପ୍ଲବୀ ପରିକ୍ରମା ଡିଜିଟାଲ)::ବ୍ରହ୍ମପୁର ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡ଼ା , ଆରକ୍ଷୀ ଅଧିକ୍ଷକ ଡ଼ା ଶ୍ରବଣା ବିବେକ ଏମ , ଉପଜିଲ୍ଲାପାଳ ସୁଶ୍ରୀ ଦୀନା ଦସ୍ତଗୀର , ପ୍ରୋବେସନ ପ୍ରଶାସନିକ ଅଧିକାରୀ ମ୍ରିନାଲିକା ରାଠୋର ଙ୍କ ଉପସ୍ଥିତିରେ ଆଜିର ଏହି ଅଭିଯୋଗ ଶୁଣାଣି ହୋଇଥିଲା।
ସମୁଦାୟ ୩୫ଟି ଅଭିଯୋଗ ର ଶୁଣାଣୀ କରାଯାଇଥିଲା । ବ୍ୟକ୍ତିଗତ ଅଭିଯୋଗ ୩୨ଟି ଥିବାବେଳେ ସାମୁହିକ ଅଭିଯୋଗ ୨ଟି ରହିଥିଲା ଏବଂ ତ୍ୱରିତ ଦୁଇଟି ଅଭିଯାଗର ଫଇସଲା ହୋଇଥିଲା। ଜଣଙ୍କୁ ରେଡକ୍ରସ ପାଣ୍ଠି ତରଫରୁ ୨୦୦୦ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଥିଲା l ଅଭିଯୋଗ ଗୁଡିକ ମୁଖ୍ୟତଃ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା,ରାସନ୍ କାର୍ଡ, ଭତ୍ତା,ଶିକ୍ଷା ,ସ୍ଵାସ୍ଥ୍ୟ,ସୁଭଦ୍ରା,ଜଳ ସମସ୍ୟା ଇତ୍ୟାଦି ବିଷୟରେ ରହିଥିଲା l ଆବେଦନ ଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ନିମନ୍ତେ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗ କୁ ନିର୍ଦ୍ଦେଶ ଦେଇଥିଲେ ।
ଏହି ଅଭିଯୋଗ ଶୁଣାଣି ରେ ପ୍ରତ୍ୟେକ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ , ବ୍ରହ୍ମପୁର ଉପଖଣ୍ଡ ର ସମସ୍ତ ତହସିଲଦାର ଏଵଂ ବିଡ଼ିଓ ଏହି ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ରହିଥିଲେ