ଏପ୍ରିଲ ୨୨ ଓ ୨୩ ତାରିଖରେ ମିଳିବ ସୁଭଦ୍ରା ଟଙ୍କା

0

ବିପ୍ଲଵୀ ପରିକ୍ରମା ଡିଜିଟାଲ :- ସୁଭଦ୍ରା ଯୋଜନା କୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ବଡ଼ ସୂଚନା, ଏପ୍ରିଲ ୨୨ ଓ ୨୩ ତାରିଖରେ ନୂତନ ଆବେଦନକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା । ଅଯୋଗ୍ୟ ହିତାଧିକାରୀଙ୍କୁ ସର୍ଭେ ପରେ ସୁଭଦ୍ରା ଟଙ୍କା ମିଳିବ l ତୃତୀୟ କିସ୍ତି ପରେ ଯେଉଁମାନଙ୍କ ବୟସ ୨୧ ବର୍ଷ ହୋଇଥିବେ ତାଙ୍କ ପାଇଁ ପୁଣି ସୁଭଦ୍ରା ଖୋଲିବ । ରବିବାର ସୁଦ୍ଧା ୧ ଲକ୍ଷ ୭୦ ହଜାର ନୂଆ ଆବେଦନ ଆସିଛି। ସେମାନଙ୍କ ଭିତରୁ ଯେଉଁମାନେ ଯୋଗ୍ୟ ସେମାନେ ସୁଭଦ୍ରା ଟଙ୍କା ପାଇବେ। ସୁଭଦ୍ରା ଯୋଜନାରୁ ବାଦ ପଡ଼ିଥିବା ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିବ ଏହି ଟଙ୍କା । ପୂର୍ବରୁ ସୁଭଦ୍ରା ଯୋଜନାରେ ୧ କୋଟି ୬୫ ହଜାର ୮୭୭ ଜଣ ମହିଳା ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପାଇଛନ୍ତି, ସେହିଭଳି ଦ୍ଵିତୀୟ କିସ୍ତି ପାଇଛନ୍ତି ୯୮ ଲକ୍ଷ ୮୨ ହଜାର ୯୨ ଜଣ ମହିଳା ।

ପ୍ରଥମ କିସ୍ତିରେ ସରକାର ୫ ହଜାର ୩୨ କୋଟି ୯୩ ଲକ୍ଷ ୮୫ ହଜାର ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି । ଦ୍ଵିତୀୟ କିସ୍ତିରେ ୪ ହଜାର ୯୪୧ କୋଟି ୪ ଲକ୍ଷ ୬୦ ହଜାର ଟଙ୍କା ପଠାଯାଇଛି । ଏବେ ପୁଣି ନୂତନ ଆବେଦନ କାରୀଙ୍କୁ ମିଳିବ ଏହି ସୁଭଦ୍ରା ଟଙ୍କା l

LEAVE A REPLY

Please enter your comment!
Please enter your name here