ମହାକାଶରୁ ଫେରିଲେ ସୁନୀତା 

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା,ଇତିହାସ ରଚିଲେ ଭାରତୀୟ ମହାକାଶଚାରୀ ସୁନୀତା ଉଇଲିୟମ୍।ଦୀର୍ଘ ୯ ମାସ ପରେ ମହାକାଶରୁ ପୃଥିବୀପୃଷ୍ଠକୁ ଫେରିଲେ ସୁନୀତା। ସୁନୀତାଙ୍କ ଫେରିବା ବାଟକୁ ଚାହିଁରହିଥିଲା ସାରା ବିଶ୍ବ। ମହାକାଶ ବିଜ୍ଞାନ କ୍ଷେତ୍ରରେ ବଡ଼ ସଫଳତା । ୯ ମାସ ପରେ ପୃଥିବୀକୁ ଫେରିଛନ୍ତି ସୁନୀତା ୱିଲିୟମ୍ସ ଓ ବୁଚ୍ ୱିଲମୋର । ସୁନୀତା ଓ ବୁଚଙ୍କ ସହ ଅନ୍ୟ ୨ କ୍ରୁ ସଦସ୍ୟ ଆଲେକଜାଣ୍ଡର ଗୋର୍ବୁନୋଭ ଓ ନାନା ମହାକାଶଚାରୀ ନିକ୍ ହେଗ ଫେରିଛନ୍ତି। ଆମେରିକାର ଫ୍ଲୋରିଡା ନିକଟ ସମୁଦ୍ରତଟରେ ସ୍ପେସ୍-ଏକ୍ସ କ୍ରୁ ଡ୍ରାଗନର ସଫଳ ଅବତରଣ ହୋଇଛି । ଦୀର୍ଘ ୧୭ ଘଣ୍ଟାର ଯାତ୍ରା ପରେ ସ୍ପେସ୍ ଷ୍ଟେସନରୁ ପୃଥିବୀ ପୃଷ୍ଠରେ ପହଞ୍ଚିଛନ୍ତି ମହାକାଶଚାରୀ । ଭାରତୀୟ ସମୟ ଭୋର ୩ଟା ୨୭ ମିନିଟରେ ସମୁଦ୍ରରେ ଲ୍ୟାଣ୍ଡିଙ୍ଗ କରିଛି ନାସାର ସ୍ବତନ୍ତ୍ର ସ୍ପେସକ୍ରାଫ୍ଟ । ପରେ ୪ ମହାକାଶଚାରୀ ବାହାରକୁ ଆସିଥିବାର ଭିଡ଼ିଓ ସାମ୍ନାକୁ ଆସିଛି । ପୃଥିବୀର ବାୟୁମଣ୍ଡଳରେ ପ୍ରବେଶ କରିବା ସମୟରେ ସ୍ପେସ୍ଏକ୍ସ କ୍ରୁ ଡ୍ରାଗନର ବେଗ ଘଣ୍ଟା ପ୍ରତି ୨୭ ହଜାର କିଲୋମିଟର ଥିଲା । ଶବ୍ଦର ବେଗଠୁ ୨୨ ଗୁଣା ଅଧିକ ବେଗରେ କ୍ୟାପସୁଲ ପୃଥିବୀର ବାୟୁ ମଣ୍ଡଳରେ ପ୍ରବେଶ କରିବା ପରେ ବାହ୍ୟ ତାପାମତ୍ରା ୧୯୨୬ ଡୀଗ୍ରୀ ସେଲସିୟସକୁ ବଢିଯାଇଥିଲା। ଅବତରଣର କିଛି ମିନିଟ ପୂର୍ବରୁ ଡ୍ରାଗନ କ୍ୟାପସୁଲରେ ଲାଗିଥିବା ୪ ଟି ପାରାସୁଟ୍ ଖୋଲାଯାଇଥିଲା। ପ୍ରଥମେ ଦୁଇଟି ପାରାସୁଟ ଖୋଲାଯାଇଥିଲା । ପରେ ଯାନର ବେଗ କମ ହେବା ପରେ ଅନ୍ୟ ୨ଟି ପାରାସୁଟ ଖୋଲିଥିଲା । ପାରାସୁଟ ଯୋଗୁଁ ଯାନର ବେଗ କମ୍ ହେବା ସହ ଧିରେ ଧିରେ ତଳକୁ ଖସି ସମୁଦ୍ରରେ ପଡିଥିଲା । ସ୍ପେସଏକ୍ସ କ୍ରୁ ଡ୍ରାଗନ ସମୁଦ୍ରରେ ପଡିବା ପୂର୍ବରୁ ସେଠାରୁ ସ୍ବତନ୍ତ୍ର ବୋଟ ମୁତୟନ ରହିଥିଲା । ମହାକାଶ ଯାନରୁ ମହାକାଶଚାରୀଙ୍କୁ ସୁରକ୍ଷିତ ବାହାର କରାଯାଇଛି । ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ପଠାଯାଇଛି । ୪ ମହାକାଶଚାରୀ ଫେରିବା ପରେ କେବଳ ଆମେରିକା ନୁହେଁ ସାରା ବିଶ୍ବରେ ଖୁସିର ଲହରୀ ଖେଳଯାଇଛି ।

LEAVE A REPLY

Please enter your comment!
Please enter your name here