ବିଶ୍ୱ ବିଦ୍ୟାଳୟ ସଂଶୋଧିତ ବିଲ୍‌-୨୦୨୪ ପାରିତ ହେବା ପରେ ସରିଲା ବିଧାନସଭା ବଜେଟ୍ ଅଧିବେଶନ 

0

ଭୁବନେଶ୍ୱର ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ଓଡିଶା ବିଧାନସଭା ଇତିହାସରେ ପୁଣି ରେକର୍ଡ । ପ୍ରାୟ ଦୁଇ ଦଶନ୍ଧି ପରେ ଗତକାଲିଠୁ ଆଜି ସକାଳ ଯାଏଁ ରାତିତମାମ ଚାଲିଲା ବିଧାନସଭା । ଭୋର ୪ଟା ୨୯ ମିନିଟରେ ପାରିତ ହେଲା ବିଶ୍ୱ ବିଦ୍ୟାଳୟ ସଂଶୋଧିତ ବିଲ୍‌ ୨୦୨୪ । ପରେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଆଗତ କରିଥିଲେ ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍‌ ୨୦୨୪ । ବିଶ୍ୱବିଦ୍ୟାଳୟ ବିଲ୍‌ ନେଇ ବିରୋଧୀ ଏବଂ ଶାସକ ଦଳ ଭିତରେ ହୋଇଥିଲା ଘମାଘୋଟ ଆଲୋଚନା । ଶେଷ ଯାଏଁ ଉପସ୍ଥିତ ଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତେବେ ଗୃହରେ ନଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଦୁଇ ମହିଳା ବିଧାୟିକା ଉପାସନା ମହାପାତ୍ର ଏବଂ ସଞ୍ଜଳି ମୁର୍ମୁ ଶେଷ ଯାଏଁ ଗୃହରେ ଉପସ୍ଥିତ ଥିଲେ ।

 

ରାତି ତମାମ ଚାଲିବା ପରେ ଶେଷ ହୋଇଛି ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ତଥା ବଜେଟ ଅଧିବେଶନ। ତିନୋଟି କାର୍ଯ୍ୟ ଦିବସ ପୂର୍ବରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବିଧାନସଭାକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ୨୮ ଟି କାର୍ଯ୍ୟ ଦିବସ ମଧ୍ୟରୁ ୨୫ ଟି କାର୍ଯ୍ୟ ଦିବସ ଚାଲିଥିଲା । ଆଗକୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ନଥିବା ରୁ ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିବା ଲାଗି ପ୍ରସ୍ତାବ ଆଣିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ । ଯାହାକୁ ସମର୍ଥନ କରିଥିଲେ ଏକାଧିକ ବିଧାୟକ। ପରେ ବାଚସ୍ପତି ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି କରିଥିଲେ।

 

ତେବେ ଗୃହରେ ନଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଦୁଇ ମହିଳା ବିଧାୟିକା ଉପାସନା ମହାପାତ୍ର ଏବଂ ସଞ୍ଜଳି ମୁର୍ମୁ ଶେଷ ଯାଏଁ ଗୃହରେ ଉପସ୍ଥିତ ଥିଲେ । ସେହିପରି ବିରୋଧୀ ଦଳ ପକ୍ଷରୁ ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଅରୁଣ ସାହୁ, ଗଣେଶ୍ବର ବେହେରା, ଧ୍ରୁବ ସାହୁ ବିଲ୍‌ ବିରୋଧରେ ବଳିଷ୍ଠ ଯୁକ୍ତି ବଢିଥିଲେ । ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମଧ୍ୟ ବିରୋଧୀଙ୍କୁ କଡ଼ା କାଉଣ୍ଟର କରିଥିଲେ । ଶାସକ ଦଳର ପ୍ରାୟ ସମସ୍ତ ମନ୍ତ୍ରୀ ଏବଂ ବିଧାୟକ ଉପସ୍ଥିତ ଥିଲେ ।

 

ତେବେ ବେଶ ଘଟଣା ବହୁଳ ଥିଲା ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ । ପ୍ରଥମ ଥର ପାଇଁ ବିଧାନସଭା ଇତିହାସରେ ଗୃହରୁ ନିଲମ୍ବିତ ହୋଇଥିଲେ କଂଗ୍ରେସ ଦଳର ସମସ୍ତ ବିଧାୟକ। ଏହାସହ ବିଶ୍ୱ ବିଦ୍ୟାଳୟ ସଂଶୋଧନ ବିଲ ଏବଂ ରାଜ୍ୟ ରାଜପଥ ପ୍ରାଧି କରଣ ବିଲ ଆଲୋଚନା ବେଳେ ରାତି ତମାମ ଚାଲିଥିଲା ବିଧାନସଭା । ବୁଧବାର ସକାଳ ୧୦.୩୦ ମିନିଟରେ ଆରମ୍ଭ ହୋଇ ଗୃହ ଗୁରୁବାର ସକାଳ ୭ ଟା ୫ ମିନିଟ୍‌ ପର୍ଯ୍ୟନ୍ତ ଚାଲିଥିଲା ।

LEAVE A REPLY

Please enter your comment!
Please enter your name here