The capital city of Delhi was submerged in water

0
Oplus_131072

ଜଳମଗ୍ନ ହୋଇଗଲା ରାଜଧାନୀ ଦିଲ୍ଲୀ

 

ଦିଲ୍ଲୀ ( ବିପ୍ଲବୀ ପରିକ୍ରମା ):- ଜଳମଗ୍ନ ହୋଇଗଲା ରାଜଧାନୀ ଦିଲ୍ଲୀ,ରାଜଧାନୀର ବିଭିନ୍ନ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି l ଆଜି ଭୋର ସାଢେ ୫ଟା ମଧ୍ୟରେ ଦିଲ୍ଲୀରେ ୧୫୦ ମିଲିମିଟର ବର୍ଷା ରେକର୍ଡ ହୋଇଛି । ୩ ଘଣ୍ଟା ମଧ୍ୟରେ ଏହି ବର୍ଷା ରେକର୍ଡ ହୋଇଛି । ଚଳିତ ବର୍ଷର ସବୁଠାରୁ ଏହା ଅଧିକ ବର୍ଷା ।ଗତ ୨୪ ଘଣ୍ଟା ମଧ୍ୟରେ ୨୨୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଆଇଏମଡିର ପୂର୍ବାନୁମାନ ଅନୁଯାୟୀ ଆଜି ରାଜଧାନୀରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ଆଶଙ୍କା ରହିଛି । ବର୍ଷା ଯୋଗୁଁ ସହରରେ ଟ୍ରାଫିକ ସମସ୍ୟା ଓ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି।

ଟ୍ରାଫିକରେ ପାଣି ଜମିବା, ଟ୍ରାଫିକ୍ ଜାମ୍ ଓ ଗଛ ପଡ଼ିଥିବା ଦେଖିବାକୁ ମିଳିଛି । ପାଣି ଜମି ରହିଥିବାରୁ କାର, ବସ୍, ଦୁଇ ଚକିଆ ଯାନ, ଅଟୋ ସେବା ପ୍ରଭାବିତ ହୋଇଛି । ଅନେକ ସ୍ଥାନରେ ସାଇକେଲ୍ ଧରି ଲୋକମାନେ ଯିବା ଆସିବା କରୁଛନ୍ତି । ପ୍ରବଳ ବର୍ଷାରେ ଯାତାୟତ ବାଧାପ୍ରାପ୍ତ ହୋଇଥିବାରୁ ସାଧାରଣ ଲୋକ ମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here