ଦୋଷୀକୁ ଛଡ଼ା ଯିବନି : ମୁଖ୍ୟମନ୍ତ୍ରୀ

0

ବିପ୍ଲବି ପରିକ୍ରମା ଡିଜିଟାଲ :- ଯିଏ ବି ଦୋଷୀ ଥାଉନା କାହିଁକି କାହାରିକୁ ଛଡ଼ା ଯିବନି। ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ । OAS ଅଫିସରଙ୍କ ସମୂହ ଛୁଟି ପ୍ରସଙ୍ଗ ନେଇ ବୈଠକ ମନ୍ତ୍ରୀମାନଙ୍କ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ବୈଠକରେ ମୁଖ୍ୟମନ୍ତ୍ରୀ କଡା ନିର୍ଦ୍ଦେଶ ଦେଇଥିବା କହିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା । ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣାରେ କାହାରିକୁ ବି ଛଡା ଯିବନି । ଯିଏ ବି ଏ କାଣ୍ଡ କରେଇଛି ସମସ୍ତଙ୍କୁ ଗିରଫ କରାଯିବ, କାର୍ଯ୍ୟାନୁଷ୍ଠାନ ହେବ । ଏହା ସହ ଓଏଏସ ଅଧିକାରୀଙ୍କ ଆନ୍ଦୋଳନର ଖୁବ୍ ଶୀଘ୍ର ସମାଧାନ ହେବ ବୋଲି କହିଛନ୍ତି । ଲୋକସେବା ଭବନରେ ବିଭିନ୍ନ ମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ। ବୈଠକରେ ମନ୍ତ୍ରୀ ସମ୍ପଦ ସ୍ୱାଇଁ, ନିତ୍ୟାନନ୍ଦ ଗଣ୍ଡ, ଗଣେଶ ରାମ ସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୁରଜ ଉପସ୍ଥିତ ଥିଲେ । ସମୂହ ଛୁଟି ନେଲେ ବିଭିନ୍ନ ବିଭାଗରେ ଅସୁବିଧା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ ।

LEAVE A REPLY

Please enter your comment!
Please enter your name here