ଆଜିଠୁ ଆହୁରି ବଢ଼ିବ ତାତି

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ଆଜିଠୁ ଆହୁରି ବଢ଼ିବ ତାତି । ସାରା ରାଜ୍ୟରେ ଗରମ ଓ ଗୁଳୁଗୁଳି,ଦିନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ସମ୍ଭାବନା ରହିଛି । ଆଗାମୀ ୫ଦିନ ଉପକୂଳ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି ହେବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ବିଜୁଳି, ଘଡ଼ଘଡ଼ି ପାଇଁ ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ବର, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ସେହିପରି ତାତି ଓ ଆର୍ଦ୍ରତା ପାଇଁ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର ସମେତ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର l

LEAVE A REPLY

Please enter your comment!
Please enter your name here