ବିପ୍ଲବୀ ପରିକ୍ରମା ବ୍ୟୁରୋ :- ଦେଶରେ ରେଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ସହ ରେଳ ଷ୍ଟେସନ ଗୁଡ଼ିକରେ ବିଶ୍ୱସ୍ତରୀୟ ସେବା ଉପଲବ୍ଧ କରିବା ଦିଗରେ କେନ୍ଦ୍ର ସରକାର ଅଧିକ ଗୁରୁତ୍ୱ ଦେଉଛନ୍ତି । ଆଜି ୪୧ ହଜାର କୋଟି ମୂଲ୍ୟର ୨ ହଜାରରୁ ଅଧିକ ରେଳ ଭିତ୍ତିିଭୂମି ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଅମୃତ ଭାରତ ଷ୍ଟେସନ ଯୋଜନାରେ ୫୫୪ଟି ରେଳ ଷ୍ଟେସନର ପୁନଃବିକାଶ ପାଇଁ ଶିଳାନ୍ୟାସ କରାଯିବ ।
ଏଥିପାଇଁ ଖର୍ଚ୍ଚ ହେବ ୧୯ ହଜାର କୋଟିରୁ ଅଧିକ ଟଙ୍କା।ଏହି ଷ୍ଟେସନଗୁଡ଼ିକ ସହରର ଉଭୟ ପାଶ୍ୱର୍କୁ ମିଶାଇ ସିଟି ସେଣ୍ଟର ଭାବେ କାର୍ଯ୍ୟ କରିବ। ଏହି ଯୋଜନାରେ ଓଡ଼ିଶାକୁ ଗୁରୁତ୍ୱ ଦେଇଛନ୍ତି କେନ୍ଦ୍ର ସରକାର। ଏହି ଷ୍ଟେସନ ଗୁଡ଼ିକ ମଧ୍ୟରେ ଓଡ଼ିଶାରେ ରହିଛି ୨୧ଟି ଷ୍ଟେସନ । ସେପଟେ ଉତ୍ତରପ୍ରଦେଶର ଗୋମତୀନଗର ଷ୍ଟେସନର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ। ୩୮୫ କୋଟି ଟଙ୍କା ବ୍ୟୟରେ ଏହାର ପୁନଃବିକାଶ କରାଯାଇଛି । ଏହାଛଡ଼ା ୧୫ଶହ ରୋଡ ଓଭରବ୍ରିଜ୍ ଏବଂ ଅଣ୍ଡରପାସର ଶିଳାନ୍ୟାସ ଓ ଉଦଘାଟନ କରିବେ ମୋଦୀ।