୮୫,୦୦୦ କୋଟିରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ

0

ବିପ୍ଲବୀ ପରିକ୍ରମା ବ୍ୟୁରୋ :- ରେଳବାଇର ଭିତ୍ତିଭୂମିର ଅଭିବୃଦ୍ଧି ଏବଂ ଭାରତୀୟ ରେଳର ସଂଯୋଗୀକରଣ ପ୍ରକିୟାର ବୃଦ୍ଧି ହେତୁ ପ୍ରଧାନମନ୍ତ୍ରୀ ୧୨ ମାର୍ଚ୍ଚ ୨୦୨୪ ମଙ୍ଗଳବାର ଦିନ ୮୫,୦୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ ପ୍ରକଳ୍ପ (ପ୍ରାୟ ୬୦୦୦ ନମ୍ବର) ର ଭିତ୍ତି ପ୍ରସ୍ତର ସ୍ଥାପନ କରିବା ସହ ରାଷ୍ଟ୍ରକୁ ଉତ୍ସର୍ଗ କରିବେ। ମାନ୍ୟବର ପ୍ରଧାନମନ୍ତ୍ରୀ ଦେଶର ବିଭିନ୍ନ ରେଳ ଷ୍ଟେସନରେ ଏକାସାଙ୍ଗରେ ୧୦,୦୦୦ ଲାଇଭ ସ୍କ୍ରିନ ମାଧ୍ୟମରେ ଭାରତର ୭୬୪ ଟି ସ୍ଥାନରେ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିବେ। ଆଜି ପୂର୍ବତଟ ରେଳପଥ ମୁଖ୍ୟାଳୟ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ରେଳପଥ ଅତିରିକ୍ତ ମହାପ୍ରବନ୍ଧକ ଶ୍ରୀ ମହେଶ କୁମାର ବେହେରା ସୂଚନା ଦେଇଛନ୍ତି।

ଏହି ଅବସରରେ ପ୍ରଧାନମନ୍ତ୍ରୀ ଓଡିଶାରେ ୨୭୪ ରେଳ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏହି ପ୍ରକଳ୍ପଗୁଡିକରେ ୧୬୨ ଇଲେକ୍ଟ୍ରୋନିକ୍ ଇଣ୍ଟରଲକିଂ ସିଷ୍ଟମ୍, ୪୧ ୱାନ୍ ଷ୍ଟେସନ୍ ୱାନ୍ ପ୍ରଡକ୍ଟ (OSOP) ଷ୍ଟଲ୍, ୫୦ ସୋଲାର୍ ପାୱାର୍ ଷ୍ଟେସନ୍, ୫ ଗୁଡସ ଶେଡ୍, ୯ ଟି ନୂଆ ଲାଇନ, ଦୋହରୀକରଣ ଏବଂ ତୃତୀୟ ଲାଇନ ପ୍ରୋଜେକ୍ଟ, ୪ ଅଟୋ ସିଗନାଲ୍ ସିଷ୍ଟମ୍, ୧ଟି ଗତି ଶକ୍ତି ଟର୍ମିନାଲ୍, ୧ ଟି ଜନ ଔଷଧି କେନ୍ଦ୍ର ଏବଂ ୧ ଟି ରେଳ କୋଚ୍ ରେଷ୍ଟୁରାଣ୍ଟ ଅନ୍ତର୍ଭୁକ୍ତ।

ପ୍ରଧାନମନ୍ତ୍ରୀ ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସକୁ ଓଡିଶାବାସୀଙ୍କ ପାଇଁ ପତାକା ଦେଖାଇ ଶୁଭାରମ୍ଭ କରିବେ। ଏହି ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଭୁବନେଶ୍ୱର-ବିଶାଖାପାଟନମ ମଧ୍ୟରେ ଚାଲିବ। ଏହି ଟ୍ରେନ୍ ଖୋର୍ଦ୍ଧା ରୋଡ୍, ବ୍ରହ୍ମପୁର, ପଲାସା, ଶ୍ରୀକାକୁଲମ୍ ରୋଡ୍ ଏବଂ ବିଜ଼ୀୟନଗରମ ଠାରେ ରହିବ ଏବଂ ଶନିବାର ବ୍ୟତୀତ ସପ୍ତାହରେ ୬ଦିନ ଚାଲିବ।ପ୍ରଧାନମନ୍ତ୍ରୀ ୯ ଟି ନୂତନ ଲାଇନ, ଦୋହରୀକରଣ ଏବଂ ତୃତୀୟ ଲାଇନ ପ୍ରକଳ୍ପ ଉତ୍ସର୍ଗ କରିବେ।

LEAVE A REPLY

Please enter your comment!
Please enter your name here