The rain is coming very soon

0
Oplus_131072

ଆଗକୁ ଆସୁଛି ବର୍ଷା

ବିପ୍ଲବୀ ପରିକ୍ରମା ବ୍ୟୁରୋ :- ରାଜ୍ଯରେ ଚାଲିଛି ଖରା ବର୍ଷାର ଲୁଚକାଳି । କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେଉଥିବା ବେଳେ ଅନେକ ସ୍ଥାନରେ ପ୍ରଚଣ୍ଡ ଗୁଳୁଗୁଳି ଅନୁଭୂତ ହେଉଛି । ଏଭଳି ସ୍ଥିତି ଆଗାମୀ କିଛି ଦିନ ଧରି ଜାରି ରହିବ । ଆଗକୁ ବର୍ଷାର ପରିମାଣ ବୃଦ୍ଧି ପାଇବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ଆଗାମୀ ୫ ଦିନ ମଧ୍ୟରେ ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଏହି ସମୟରେ ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।

ତେବେ ୧୯ ତାରିଖ ପରଠାରୁ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ୨୦ ତାରିଖରେ ଝାରସୁଗୁଡା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୨୧ ତାରିଖରେ ବଲାଙ୍ଗୀର, ନୂଆପଡ଼ା, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

LEAVE A REPLY

Please enter your comment!
Please enter your name here