ବିପ୍ଲବୀ ପରିକ୍ରମା ଡିଜିଟାଲ :- ଆଜି (ବୁଧବାର) ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ଅପରାହ୍ନ ୪ ଟା ସମୟରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ। ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ, ଏବଂ ଧନ୍ଦାମୂଳକ ଶିକ୍ଷାରେ ପ୍ରକାଶ ପାଇବ ଫଳ। ଏନେଇ ସୂଚନା ଦେଇଛନ୍ତି ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡା । ଭୁବନେଶ୍ବର ସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ପରିସରରେ ଫଳ ପ୍ରକାଶ ପାଇବ । ଛାତ୍ରଛାତ୍ରୀ ମାନେ ବୋର୍ଡର ଓ୍ବେବ ସାଇଟ https://results.odisha.gov.in/ ନଚେତ https://results.digilocker.gov.in/ ରେ ପରୀକ୍ଷା ଫଳ ଦେଖି୍ପାରିବେ କିମ୍ବା ଡିଜି ଲକରରେ ଫଳାଫଳ ଦେଖି ପାରିବେ । ତେବେ ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି ୩ ଲକ୍ଷ ୬୪ ହଜାର ୫୨୭ ଜଣ ରେଗୁଲାର ଛାତ୍ରଛାତ୍ରୀ । ସେମାନଙ୍କ ମଧ୍ୟରୁ କଳାରେ ୨ ଲକ୍ଷ ୨୯ ହଜାର ୬୦୪ ଜଣ ରହିଥିବା ବେଳେ ବାଣିଜ୍ୟର ୨୩ ହଜାର ୫୬୦, ବିଜ୍ଞାନର ୧ ଲକ୍ଷ ୬ ହଜାର ୩୨୫ ଓ ଧନ୍ଦାମୂଳକ ଶିକ୍ଷାର ୫୦୩୮ ଜଣ ଛାତ୍ରଛାତ୍ରୀ ରହିଛନ୍ତି । ସେହିଭଳି ୨୭ ହଜାର ୨୮୨ ଜଣ ଏକ୍ସ ରେଗୁଲାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ/ଅଧ୍ୟକ୍ଷା ପରୀକ୍ଷା ଫଳାଫଳ ଘୋଷଣାର ଏକ ଘଣ୍ଟା ପରେ ଯେଉଁ ଛାତ୍ରଛାତ୍ରୀ ମାନେ ଗୋଟିଏ ବିଷୟରେ ଫେଲ କିମ୍ବା ପରୀକ୍ଷା ଦେଇନାହାନ୍ତି ଓ ଏମପି ଛାତ୍ରଛାତ୍ରୀ ମାନେ SAMS-e-space ରୁ ସେମାନଙ୍କ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଟାବୁଲେସନ ରେଜିଷ୍ଟର ପାଇ ପାରିବେ । ଯାହାକି ୨୦୨୫ ମସିହା ତତ୍କାଳ ପରୀକ୍ଷା ର ଫର୍ମ ଫିଲଅପ ପାଇଁ ସହାୟକ ହେବ ।