ବୃଦ୍ଧି ହେଲା ପାଚକ-ପାଚିକାଙ୍କ ପାରିଶ୍ରମିକ : ଏଣିକି ମାସିକ ମିଳିବ ୩୦୦୦ ଟଙ୍କା

0

ବିପ୍ଲବୀ ପରିକ୍ରମା ଡିଜିଟାଲ :- ପି.ଏମ ପୋଷଣ ଯୋଜନାରେ (ମଧ୍ୟାହ୍ନ ଭୋଜନ) କାମ କରୁଥିବା ଏକ ଲକ୍ଷରୁ ଅଧିକ ପାଚକ, ପାଚିକାମାନଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି l ପାଚକ, ପାଚିକା ମାନଙ୍କ କାମ, ଦକ୍ଷତା ଓ ପରିଶ୍ରମକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ସେମାନଙ୍କ ମାସିକ ପାରିଶ୍ରମିକ ୨୦୦୦ ଟଙ୍କାରୁ ୩୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏହାଦ୍ୱାରା ପି.ଏମ ପୋଷଣ ଯୋଜନାରେ (ମଧ୍ୟାହ୍ନ ଭୋଜନ) ରାଜ୍ୟରେ ନିୟୋଜିତ ହୋଇଥିବା ୧,୧୨,୦୯୦ ଜଣ ପାଚକ, ପାଚିକା (Cook-cum-Helpers) ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୧୧୨ କୋଟି ୯ ଲକ୍ଷ ଟଙ୍କା ବ୍ୟୟ କରିବେ। ପାଚକ, ପାଚିକାମାନେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟର ୫୦,୬୧୮ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୪୨.୪୫ ଲକ୍ଷ ଛାତ୍ରଛାତ୍ରୀଙ୍କୁ ରନ୍ଧା ଖାଦ୍ୟ ପରିବେଷଣ କରୁଛନ୍ତି।

LEAVE A REPLY

Please enter your comment!
Please enter your name here