ବିପ୍ଲବୀ ପରିକ୍ରମା ଡିଜିଟାଲ :- ରାଜ୍ୟରେ ବଢୁଛି ପାରଦର ସ୍ତର ତାପମାତ୍ରା ବୃଦ୍ଧି ସହ ଅସମ୍ଭାଳ ତାତି ଦେଖୁବାକୁ ମିଳୁଛି । ଉପକୂଳରୁ ଉପାନ୍ତ ସବୁଠି ତାତି ଥିବା ବେଳେ ଜଳିବ ପଶ୍ଚିମ ଓଡ଼ିଶା । ହୋଲିରେ ଟାଇଁ ଟାଇଁ ଖରା । ମଙ୍ଗଳବାର ଠାରୁ ତାତି ବଢୁଥିବା ବେଳେ ଆଗାମୀ ୫ ଦିନରେ ୨ ରୁ ୩ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାସହ ଚଳିତ ସପ୍ତାହରେ ୩ ଦିନର ହିଟ ୱେବ ବା ଗ୍ରୀଷ୍ମ ପ୍ରବାହ ଜାରି କଲା ପାଣିପାଗ ବିଭାଗ । ୧୩, ୧୪ ଓ ୧୫ ତାରିଖ ୩ ଦିନ ହିଟୱେଭ ବିଭାଗ ଜାରି କରିଥିବା ବେଳେ ପଶ୍ଚିମ ଓଡିଶା ବା ଆଭ୍ୟନ୍ତରୀଣ ଓଡ଼ିଶାରେ ଅସ୍ତବ୍ୟସ୍ତ କରିବ ଅସମ୍ଭାଳ । ୩ ଦିନ ହିଟ୍ ୱେଭ ୱାର୍ଣ୍ଣିଂ ଜାରି କରିଥିବା ବେଳେ ପ୍ରବଳ ଖରା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।ପଶ୍ଚିମ ଓଡ଼ିଶାରେ ହୋଇପାରେ ନିଆଁବର୍ଷା । ପାରଦ ୪୦ ଡିଗ୍ରୀ ଉପରକୁ ପାର କରିବା ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ୬ ଜିଲ୍ଲା ପାଇଁ ସତର୍କତା ଜାରି କରିଛି କେନ୍ଦ୍ର। ୧୩ ତାରିଖ ରେ ୭ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର ଓ ବରଗଡ଼ କୁ ୟେଲୋ ୱାର୍ଣିଂ ଜାରି । ୧୪ ତାରିଖ ଓ ୧୫ ତାରିଖ ରେ ପ୍ରବଳ ଖରା ନେଇ ୮ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର ଅନୁଗୁଳ ଓ ବରଗଡ଼ କୁ କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାବାସୀଙ୍କୁ ଗ୍ରୀଷ୍ଣ ପ୍ରବାହକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି,” ବୋଲି କହିଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦେଶକା ମନୋରମା ମହାନ୍ତି ।