ଗଜପତି ( ବିପ୍ଲବୀ ପରିକ୍ରମା ଡିଜିଟାଲ ):- ମହେନ୍ଦ୍ରଗିରି ଶିଖର ମାତା କୁନ୍ତି ମନ୍ଦିରରୁ ଗଜପତି ଉତ୍ସବ-୨୦୨୪ ନିମନ୍ତେ ଆସିଲା ମଶାଲ । ଏହି ଅବସରରେ ଗଜପତି ମହୋତ୍ସବର ମଶାଲ ଶୋଭାଯାତ୍ରା ମହେନ୍ଦ୍ରଗିରି ଶିଖରରୁ ବାହାରିବା ପରେ କଇଁପୁର, ଜିରାଙ୍ଗ, ମଣ୍ଡଳ ସାହି, ରାମଗିରି, ଛେଳିଗଡ, ଆର୍.ଉଦୟଗିରି, ଖଜୁରୀପଦା, ରାୟଗଡ଼ ଏବଂ ମାଛମରା ଦେଇ ପାରଳାଖେମୁଣ୍ଡି ବିଜୁ କଲ୍ୟାଣ ମଣ୍ଡପ ନିକଟରେ ପହଞ୍ଚିଥିଲା । ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ, ଉପଜିଲ୍ଲାପାଳ ଅନୁପ ପଣ୍ଡା,ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ପ୍ରମୁଖ ଯୋଗଦେଇ ମହୋତ୍ସବର ମଶାଲକୁ ସ୍ୱାଗତ କରିଥିଲେ। ଜିଲ୍ଲାସ୍ତରୀୟ ଅଧିବାସୀ ଓ ସାଂସ୍କୃତିକ ଗଜପତି ଉତ୍ସବକୁ ରାଜ୍ୟ ତଥା ଜାତୀୟ ସ୍ତରରେ ପ୍ରଚାର ଓ ପ୍ରସାର କରାଯିବା ସହିତ ଗଜପତି ଉତ୍ସବ ଓ ପଲ୍ଲୀଶ୍ରୀ ମେଳା ୧୮ ତାରିଖ ଠାରୁ ୨୨ ତାରିଖ ପର୍ଯ୍ୟନ୍ତ ପାଳନ କରାଯିବ, । ଗଜପତି ଉତ୍ସବ ମଶାଲକୁ ବିଜୁ କଲ୍ୟାଣ ମଣ୍ଡପ ପହଞ୍ଚିବା ପରେ ଜିଲ୍ଲାସ୍ତରୀୟ ଉତ୍ସବ କମିଟି ପକ୍ଷରୁ ସ୍ୱାଗତ କରାଯାଇ ବିଶାଳ ଶୋଭାଯାତ୍ରା ମାଧ୍ୟମରେ ଜଗନ୍ନାଥ ମନ୍ଦିରର ନିକଟକୁ ଅଣାଯାଇଥିଲା ଓ ମଶାଲଟିକୁ ଜିଲ୍ଲାସ୍ତରୀୟ ଉତ୍ସବ ପର୍ଯ୍ୟନ୍ତ ମନ୍ଦିରରେ ରଖାଯିବ ଏବଂ ପ୍ରଥମ ଦିନ ଏକ ବିରାଟ ଶୋଭାଯାତ୍ରାରେ ଜିଲ୍ଲାସ୍ତରୀୟ ଉତ୍ସବ ପଡ଼ିଆକୁ ନେବାର ସ୍ଥିର କରାଯାଇଛି। ଜଗନ୍ନାଥ ମନ୍ଦିରରେ ମଶାଲ ପହଞ୍ଚିବା ପରେ ସେଠାରୁ ଗୁମ୍ମା ଓ କାଶୀନଗର ବ୍ଲକ ଭବ୍ୟ ସ୍ବାଗତ କରି ମଶାଲଟିକୁ ଗ୍ରହଣ କରି ନେଇଥିଲେ।