ବିପ୍ଲବୀ ପରିକ୍ରମା ବ୍ୟୁରୋ :-:ଖୋଲିଲା ନିର୍ମଳାଙ୍କ ବଜେଟ୍ ପେଡ଼ି । ଲୋକସଭାରେ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ନିଜର ବଜେଟ ଅଭିଭାଷଣ ଆରମ୍ଭ କରିଛନ୍ତି । ଏଥର ସଂସଦରେ ପେପର୍ ଲେସ୍ ବଜେଟ୍ ଉପସ୍ଥାପନ ହୋଇଛି। ଅର୍ଥମନ୍ତ୍ରୀ ଆଗତ କରିଛନ୍ତି ୨୦୨୪-୨୫ ବର୍ଷ ପାଇଁ ବଜେଟ୍ । ମୋଦିଙ୍କ ୩ୟ ପାଳିର ଏହା ହେଉଛି ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍।ମୋବାଇଲ, ମୋବାଇଲ ଚାର୍ଜର, ବ୍ୟାଟେରୀକୁ ନେଇ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଶସ୍ତା ହେବ ମୋବାଇଲ, ମୋବାଇଲ ଚାର୍ଜର, ବ୍ୟାଟେରୀ । ଏନେଇ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ସଂପୃକ୍ତ ଜିନିଷ ଉପରୁ କଷ୍ଟମ ଡ୍ୟୁଟି ହ୍ରାସ ନେଇ ଘୋଷଣା କରିଛନ୍ତି । ଆହୁରି ସୋଲାର ପ୍ୟାନେଲ, ସାମୁଦ୍ରିକ ଉତ୍ପାଦ ମଧ୍ୟ ଶସ୍ତା ହେବ ।
ଅନ୍ୟପଟେ ଶସ୍ତା ହେବ କ୍ୟାନ୍ସର୍ ଔଷଧ । ସେହିପରି ଶସ୍ତା ହେବ ସୁନା ରୁପା ଦର । ସୁନା, ରୁପା, ପ୍ଲାଟିନମ ଉପରୁ କଷ୍ଟମ ଡ୍ୟୁଟି କମିବ । ସୁନା ଓ ରୁପା ଉପରୁ କଷ୍ଟମ ଡ୍ୟୁଟି ୬% ହ୍ରାସ ହେବ ବୋଲି ଘୋଷଣା କରିଛନ୍ତି । ଆୟକର ସ୍ଲାବରେ ପରିବର୍ତ୍ତନ କରି ଆୟକର ଦାତାଙ୍କୁ ଆଶ୍ୱସ୍ତି ଦେଇଛନ୍ତି ଅର୍ଥମନ୍ତ୍ରୀ । ବଜେଟ୍ ଅଭିଭାଷଣରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଥିଲେ ଯେ ନୂଆ ଟିକସ ବ୍ୟବସ୍ଥାରେ ଷ୍ଟାଣ୍ଡାର୍ଡ ଡିଡକ୍ସନ ୫୦ ହଜାର ଟଙ୍କାରୁ ୭୫ ହଜାର ଟଙ୍କାକୁ ବୃଦ୍ଧି କରାଯିବ। ଏହା ସହିତ ଟିକସ ଢାଞ୍ଚାରେ ପରିବର୍ତ୍ତନ କରାଯିବ । ନୂଆ ଟିକସ ବ୍ୟବସ୍ଥାରେ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କୌଣସି ଟିକସ ଆଦାୟ କରାଯିବ ନାହିଁ। ସେହିପରି ଚଳିତ ବଜେଟ ଭାଷଣରେ ମୁଦ୍ରା ଲୋନକୁ ୧୦ ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ନିର୍ମଳା ସିତାରମଣ କହିଛନ୍ତି ।
ସେହିପରି ୫୦୦ ଶୀର୍ଷ କମ୍ପାନୀରେ ୧ କୋଟି ଯୁବବର୍ଗଙ୍କୁ ଇଣ୍ଟନସିପର ଅବସର ପ୍ରଦାନ କରିବାକୁ ସରକାର ଯୋଜନା ଆରମ୍ଭ କରିବେ । ଯେଉଁଥିରେ ୫ ହଜାର ଟଙ୍କାର ମାସିକ ଇଣ୍ଟନସିପ୍ ଭତ୍ତା ପ୍ରଦାନ କରାଯିବ । ଏଥିସହ ୬ ହଜାର ଟଙ୍କାର ସହାୟତା ସରକାର ପ୍ରଦାନ କରିବେ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଅଭିଭାଷଣରେ କହିଛନ୍ତି । ବିହାର,ଆନ୍ଧ୍ର ପାଇଁ ବିଶେଷ ଘୋଷଣା କଲେ ଅର୍ଥମନ୍ତ୍ରୀ । ବିହାରରେ ଏୟାରପୋର୍ଟ, ମେଡିକାଲ କଲେଜ ବିକାଶ ହେବ । ନୂଆ ଏୟାରପୋର୍ଟ, ମେଡିକାଲ କଲେଜ ପାଇଁ ଅନୁଦାନ ମିଳିବ । ଆନ୍ଧ୍ରପ୍ରଦେଶ ପାଇଁ ବି ବିଶେଷ ଘୋଷଣା କଲେ ଅର୍ଥମନ୍ତ୍ରୀ । ପୋଲାଭରମ ପ୍ରକଳ୍ପ ଶୀଘ୍ର ସମାପ୍ତ ପାଇଁ ପଦକ୍ଷେପ ନିଆଯିବ । ପୋଲାଭରମ ଆନ୍ଧ୍ରର ଜୀବନ ରେଖା କହିଲେ ଅର୍ଥମନ୍ତ୍ରୀ । ଆନ୍ଧ୍ରପ୍ରଦେଶ ପୁନର୍ଗଠନ ଯୋଜନାରେ ବି ଅନୁଦାନ ଘୋଷଣା କରାଯାଛି ।