କମିବ ଶୀତ, କଲବଲ କରିବ ଘନକୁହୁଡି 

0

ବିପ୍ଲବୀ ପରିକ୍ରମା ଡିଜିଟାଲ :-:ଆଜିଠୁ ରାତିର ତାପମାତ୍ରା ବୃଦ୍ଧି ପାଇବାକୁ ଥିବାବେଳେ ଏହା ପ୍ରଭାବରେ କମିବ ଶୀତ। କିନ୍ତୁ କଲବଲ କରିବ ଘନ କୁହୁଡ଼ି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ୨୨ ତାରିଖରେ ଓଡ଼ିଶା ପାର୍ଶ୍ୱବର୍ତ୍ତୀ ବଙ୍ଗୋପସାଗର ଅଞ୍ଚଳରେ ଏକ ଗୁରୁବଳୟର ଉପସ୍ଥିତି ସମ୍ଭାବନା ଥିବାରୁ, ରାଜ୍ୟକୁ ଉଷ୍ମ ଜଳବାୟୁ ପ୍ରବେଶ କରିବ। ଫଳରେ ରାତିର ତାପମାତ୍ରାରେ ବୃଦ୍ଧି ଘଟି ଶୀତ କମିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ତେବେ ରାଜ୍ୟରେ ଶୀତ କମିବାକୁ ଥିବାବେଳେ କୁହୁଡି ହେବାର ସମ୍ଭାବନା ରହିଛି । କେତେକ ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ଏଥିପାଇଁ କିଛି ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ସକାଳ ଓ ରାତି ସମୟରେ ଘନ କୁହୁଡ଼ି ଯୋଗୁ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ଏଥିପାଇଁ ଗାଡ଼ି ମଟର ଧୀରେ ଚଳାଚଳ କରିବା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ସର୍ତକ କାରଯାଇଛି।

LEAVE A REPLY

Please enter your comment!
Please enter your name here